ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆନନ୍ଦପୁର,୨୬।୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସ୍ପେଶାଲ ସ୍କାଡ୍‌ରେ କାର୍ଯ୍ୟ କରୁଥିବା ରାମଚନ୍ଦ୍ରପୁର ଥାନାର ଜଣେ ଏସଆଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବ୍ରିଜ ଛକ ନିକଟରୁ ଜଣେ ଆଇନଜୀବୀଙ୍କୁ ମାଡ଼ ମାରି ଉଠାଇ ନେବା ବେଳେ ସେଠାରେ ଉପସ୍ଥିତ ଜଣେ ଭାଜପା ଯୁବନେତାଙ୍କୁ ମାଡ ମାରିବା ନେଇ ପୋଲିସରେ ଅଭିଯୋଗ ହୋଇଛି। ଆନନ୍ଦପୁର ପୋଲିସ ଏ ନେଇ ଏସ.ଆଇ. ବିଶ୍ୱଜିତ ବେହେରାଙ୍କ ନାମରେ ଦୁଇଟି ପୃଥକ ମାମଲା (ନଂ. ନଂ ୫୧/୨୦୨୦ ଏବଂ ନଂ ୫୨/୨୦୨୦) ରୁଜୁ କରିଛି। ପୋଲିସର ଏଭଳି କାର୍ଯ୍ୟକୁ ବିରୋଧ କରି ଓକିଲ ସଂଘ ସଭାପତି ସଞ୍ଜୟ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆଇନଜୀବୀମାନେ ଥାନାକୁ ଯାଇ ପ୍ରତିବାଦ ଜଣାଇଥିଲେ। ପରେ ପୋଲିସ ମାମଲା ରୁଜୁ କରିଥିଲା। କେଉଁ କାରଣ ନେଇ ପୋଲିସ ଅଧିକାରୀ ଆଇନଜୀବୀଙ୍କୁ ରାସ୍ତାରେ ମାଡ଼ ମାରି ଥାନାକୁ ଉଠାଇ ନେଇ ପରେ ଏକ ନିର୍ଜନ ସ୍ଥାନରେ ଛାଡିଦେଲେ ସେ ନେଇ ଥାନା ପକ୍ଷରୁ କୌଣସି ସୂଚନା ଦିଆଯାଉନାହିଁ ା ଏ ସମ୍ପର୍କରେ ଆନନ୍ଦପୁର ଏସଡିପିଓ ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡା ଏବଂ ଥାନା ଆଇଆଇସି ଗଗନ ବିଶ୍ୱାଳଙ୍କୁ ପଚାରିବାରୁ ଘଟଣା ନେଇ ମାମଲା ରୁଜୁ ହୋଇଛି, ତଦନ୍ତ ପରେ ଯାହାକିଛି ସ୍ପଷ୍ଟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri