ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି ା ପ୍ରଥମେ ଷ୍ଟୋରି ପ୍ରସ୍ତୁତ ହୋଇ ଚଳଚ୍ଚିତ୍ର ନିର୍ମାଣ କରାଯିବା ଭଳି ରାଜ୍ୟରେ ମଧ୍ୟ ପ୍ରଥମେ ଷ୍ଟୋରି ପ୍ରସ୍ତୁତ କରାଯାଇ ପରେ କ୍ରାଇମ କରାଯାଉଛି ା ଏହା ଅତ୍ୟନ୍ତ ବିପଜ୍ଜନକ ା
ଗତ କିଛିବର୍ଷ ହେଲା ରାଜ୍ୟରେ ସାଇବର କ୍ରାଇମ, ଶିଶୁ ଅପହରଣ, ଲୁଟ୍‌, ନାରୀ ନିର୍ଯାତନା ଓ ହତ୍ୟା ଭଳି ଅପରାଧ ସଂଖ୍ୟା ଦିନକୁଦିନ ବଢ଼ିଚାଲିଛି। ତେଣୁ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ମଙ୍ଗଳବାରଠାରୁ ଭାଜପା ୩ ଦିନିଆ ଆନ୍ଦୋଳନ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭୃଗୁ କହିଛନ୍ତି ଯେ, ରାଜ୍ୟ କ୍ୟାବିନେଟର ଜଣେ ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ ଅଧିକାରୀ ଗୁଳିକରି ହତ୍ୟା କଲେ। ଏଭଳି ସମ୍ବେଦନଶୀଳ ହତ୍ୟାର ତଦନ୍ତ ମଧ୍ୟ ସେହି ଗୃହ ବିଭାଗର କ୍ରାଇମବ୍ରାଞ୍ଚ ଦ୍ୱାରା କରାଯାଉଛି। ଘଟଣାର ୧୫ ଦିନ ବିତିଯାଇଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସତ୍ୟାସତ୍ୟ ସାମ୍ନାକୁ ଆସିଲା ନାହିଁ ା
ଗତ ୨ରୁ ୩ ବର୍ଷ ହେବ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଯେଉଁ ନୂଆ ଘଟଣାମାନ ଘଟୁଛି, ତାହା ଅତୀତରେ କେବେହେଲେ ଓଡ଼ିଶାରେ ଦେଖାଯାଉ ନ ଥିଲା। ଓଡ଼ିଶାରେ ଯଦି ଜଣେ ମନ୍ତ୍ରୀ ସୁରକ୍ଷିତ ନୁହନ୍ତି, ତେବେ ସାଧାରଣ ଲୋକଙ୍କ ଅବସ୍ଥା ନ କହିବା ଭଲ। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁର ତଦନ୍ତ ବାଟବଣା ପ୍ରତିବାଦରେ ଆସନ୍ତା ୧୪, ୧୫, ୧୬ରେ ପର୍ଯ୍ୟାୟକ୍ରମେ ରାଜ୍ୟବ୍ୟାପୀ ଭାଜପା ଆନ୍ଦୋଳନ କରିବ। ମଙ୍ଗଳବାର ରାଜଧାନୀର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ା
୧୫ରେ ରାଜ୍ୟର ସମସ୍ତ ଜିଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହିତ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ। ୧୬ରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିକରି ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ। ଏହି ଆନ୍ଦୋଳନକୁ ଆଗାମୀ ଦିନରେ ଗଁା, ପଞ୍ଚାୟତ, ବ୍ଳକରେ କରାଯିବ ବୋଲି ଭୃଗୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri