Posted inଖେଳ

ଆଇପିଏଲ୍‌କୁ ପ୍ରାଥମିକତା ଦିଆ ନ ଯାଉ: ବର୍ଡର

ମେଲବୋର୍ନ, ୨୩ା୫ (ପି.ଟି.):ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ଅର୍ଥ ଉପାର୍ଜନକାରୀ ଇଭେଣ୍ଟ। ଚଳିତବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଅପେକ୍ଷା ଏହି ଟୁର୍ନାମେଣ୍ଟକୁ ପ୍ରାଥମିକତା ଦିଆଯିବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଆଲାନ ବର୍ଡର। କୋଭିଡ୍‌-୧୯ ମହାମାରୀ ଯୋଗୁ ଆଇପିଏଲ୍‌ର ୧୩ତମ ସଂସ୍କରଣକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରାଯାଇଛି। ଯଦି ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଏ ତେବେ ଏହାକୁ ଅକ୍ଟୋବର-ନଭେମ୍ବରରେ ଆୟୋଜନ କରିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ମୁଁ ଏଥିରେ ଆଦୌ ଖୁସି ନୁହେଁ। ବିଶ୍ୱକ୍ରୀଡ଼ା ତୁଳନାରେ ଆଞ୍ଚଳିକ ପ୍ରତିଯୋଗିତାକୁ ପ୍ରାଥମିକତା ଦେବା ଉଚିତ୍‌ ନୁହେଁ। ଟି୨୦ ବିଶ୍ୱକପ୍‌ ଯଦି ଆଗକୁ ନ ଯାଏ ତେବେ ଆଇପିଏଲ ଆଗେଇ ପାରିବ ନାହିଁ। ଯଦି ଏଥର ଆଇପିଏଲ୍‌କୁ ପ୍ରାଥମିକତା ଦିଆଯାଏ ତେବେ ବିଭିନ୍ନ ଦେଶର କ୍ରିକେଟ ବୋର୍ଡଗୁଡ଼ିକ ସେମାନଙ୍କ ଖେଳାଳିମାନଙ୍କୁ ଆଇପିଏଲ୍‌ରେ ଭାଗ ନେବାଲାଗି ଅନୁମତି ଦେବା ଉଚିତ୍‌ ନୁହେଁ। ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଏହି ଲିଗ୍‌ରେ ସବୁଠାରୁ ଦାମୀ ବିଦେଶୀ ଖେଳାଳି ବିବେଚିତ ହୋଇଛନ୍ତି। ସେ ୩.୧୭ ଅଷ୍ଟ୍ରେଲୀୟ ଡଲାର (ଭାରତୀୟ ମୁଦ୍ରାରେ ୧୫.୫୦ କୋଟି ଟଙ୍କା)ରେ ବିକ୍ରି ହୋଇଛନ୍ତି। ଗ୍ଲେନ ମାକ୍ସଓ୍ବେଲ ଓ ଡେଭିଡ୍‌ ଓ୍ବାର୍ନରଙ୍କ ଭଳି ଖେଳାଳିଙ୍କୁ ସେମାନଙ୍କ ଫ୍ରାଞ୍ଚାଇଜ୍‌ ବହୁ ମୂଲ୍ୟରେ କ୍ରୟ କରିଛନ୍ତି। ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ(ଆଇସିସି) ରାଜସ୍ବରେ ଭାରତର ଅବଦାନ ସବୁଠାରୁ ଅଧିକ ବୋଲିଏହାସତ୍ତ୍ୱେ ଟି୨୦ ବିଶ୍ୱକପ୍‌ ତୁଳନାରେ ଆଇପିଏଲକୁ ପ୍ରାଥମିକତା ଦେବା ଅର୍ଥ ଭୁଲ୍‌ ରାସ୍ତାରେ ଯିବା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri