Posted inଖେଳ

ଆଇପିଏଲ୍‌ ଗଭର୍ନିଂ କାଉନସିଲ ବୈଠକ: ନୋ ବଲ ପାଇଁ ସ୍ବତନ୍ତ୍ର ଅମ୍ପାୟର ‘ପାଓ୍ବାର ପ୍ଲେୟାର’ ଏବେ ନୁହଁ

ମୁମ୍ବାଇ,୬।୧୧(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଗଭର୍ନିଂ କାଉନସିଲ୍‌ରେ ସୋମବାର କୋତୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇପିଏଲ୍‌ରେ ନୋ ବଲ ନେଇ ଠିକ ନିଷ୍ପତ୍ତି ପାଇଁ ଏଥର ସ୍ବତନ୍ତ୍ର ଅମ୍ପାୟର ନିଯୁକ୍ତ ହେବ। ଗତ କେତୋଟି ସଂସ୍କରଣରେ ନୋ ବଲ୍‌ ନେଇ ଫିଲ୍ଡ ଅମ୍ପାୟରଙ୍କ ନିଷ୍ପତ୍ତିରେ ଏକାଧିକ ତ୍ରୁଟି ଦେଖା ଦେଇଥିଲା ଓ ଏ ନେଇ ଯଥେଷ୍ଟ ବିବାଦ ଦେଖାଦେଇଥିଲା। ଏହା ଭାରତୀୟ ଅମ୍ପାୟରଙ୍କ ଦୋଷ ଦୁର୍ବଳତାକୁ ପଦାରେ ପକାଇଥିଲା। ଫଳରେ ଗଭର୍ନିଂ କାଉନସିଲ ନୋ ବଲର ଠିକ୍‌ ନିରୂପଣ ପାଇଁ ଏହି ନିଷ୍ପତ୍ତି ନେଇଛି।
ଏଥିସହିତ ଖେଳାଳି ବଦଳ ନେଇ ବହୁଚର୍ଚ୍ଚିତ ‘ପାଓ୍ବାରା ପ୍ଲେୟାର’ କନ୍‌ସେପ୍ଟ ଏଥର ଲାଗୁ କରା ନ ଯିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ଏହି ସପ୍ତାହ ଶେଷଆଡକୁ ଖେଳାଯିବାକୁ ଥିବା ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫି (ଜାତୀୟ ଟି୨୦ ଟୁର୍ନାମେଣ୍ଟ)ରେ ଏହାର ପ୍ରୟୋଗ କରାଯିବନାହିଁ। ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ବ୍ରଜେଶ ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଫ୍ୟୁଚର ଟୁର ପ୍ରୋଗ୍ରାମ (ଏଫ୍‌ଟିପି) ଓ୍ବିଣ୍ଡୋ, ବିଦେଶୀ ଖେଳାଳିଙ୍କ ଉପଲବ୍ଧତା, ଭାରତୀୟ ଦଳର ଏଫ୍‌ଟିପି ଓ ବିଦେଶରେ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବାର ସମ୍ଭାବନା ଉପରେ ଆଲୋଚନା ହୋଇଥିଲା।
ତେବେ ବୈଠକରେ ଫ୍ରଣ୍ଟ ଫୁଟ୍‌ ଓ ହାଇଟ୍‌ ନୋ ବଲ ନେଇ ସ୍ବତନ୍ତ୍ର ଅମ୍ପାୟର ନିଯୁକ୍ତ ନେଇ ଅଧିକ ଚର୍ଚ୍ଚା ହୋଇଥିଲା। ଯଦି ସବୁକିଛି ଠିକ୍‌ଠାକ ଚାଲେ ତାହାଲେ ଆଗାମୀ ଆଇପିଏଲ୍‌ରେ ନିୟମିତ ଅମ୍ପାୟରଙ୍କ ବ୍ୟତୀତ ନୋ ବଲ୍‌ ପାଇଁ ଅଲଗା ଅମ୍ପାୟରଙ୍କୁ ଦାୟିତ୍ୱ ଦିଆଯାଇପାରେ ବୋଲି ଗଭର୍ନିଂ କାଉନସିଲର ଜଣେ ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?