Posted inଖେଳ

ଆଇପିଏଲ୍‌: ବିଦେଶୀ ଖେଳାଳିଙ୍କୁ ଆଶଙ୍କା

ନୂଆଦିଲ୍ଲୀ, ୧୨।୩- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ତେବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ ଲାଗି କେନ୍ଦ୍ର ସରକାର ନୂଆ ଭିଜା କଟକଣା ଜାରି କରିଛନ୍ତି। ରାଜନୈତିକ ଓ ରୋଜଗାର ଶ୍ରେଣୀକୁ ଛାଡ଼ି ବଳକା ସମସ୍ତ ପ୍ରକାର ଭିଜାକୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ବାତିଲ କରିଦେଇଛନ୍ତି। ଫଳରେ ଆଇପିଏଲ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରେ ଏବେ ବିଦେଶୀ ଖେଳାଳି ଭାଗନେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଏନେଇ ଶନିବାର ଆଇପିଏଲ୍‌ର ଗୁରୁତ୍ୱପୂର୍ଣ୍ଣ ଗଭର୍ନିଂ କାଉନସିଲ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ଦେଶର ୬୦ ବିଦେଶୀ ଖେଳାଳି ଯେଉଁମାନେ କି ଆଇପିଏଲ୍‌ ଲାଗି ଭାରତ ଆସିବାକୁ ରହିଛନ୍ତି, ସେମାନଙ୍କ ଭିଜାକୁ ନେଇ ବିସିସିଆଇ ଚିନ୍ତାରେ ରହିଛି। ଏହି ସମସ୍ତ ଖେଳାଳିଙ୍କ ଭିଜା ରଦ୍ଦ କରାଯାଇଛି କି ନାହିଁ ତାହା ସ୍ପଷ୍ଟ ହୋଇ ନ ଥିବା ବିସିସିଆଇ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ବିଶ୍ୱରରେ ପାଖାପାଖି ୪ ହଜାର ଲୋକ କରୋନା ଭାଇରସ ଲାଗି ମୃତ୍ୟୁବରଣ କରିସାରିଥିବାବେଳେ ଭାରତରେ ୬୨ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri