Posted inଖେଳ

ଆଇପିଏଲ୍‌ ହେଲେ ଖେଳିବେ ଓ୍ବାର୍ନର

ମେଲବୋର୍ନ, ୨୦।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ନେଇ ଅନିଶ୍ଚିତତା ଜାରି ରହିଛି। ଯଦି ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଅନୁଷ୍ଠିତ ହୁଏ, ତେବେ ବିସ୍ଫୋରକ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ଖେଳିବେ। ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି ତାଙ୍କ ମ୍ୟାନେଜର। କରୋନା ଭାଇରସ ବିଭିନ୍ନ ଦେଶରେ ଏପର୍ଯ୍ୟନ୍ତ ୯୦୦୦ ଜୀବନ ନେଇ ସାରିଲାଣି। ଆଉ ଏଥିରେ ୨ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ। ଏହି କାରଣରୁ ଚଳିତ ମାସ ୩୦ରୁ ଆରମ୍ଭ ହେବାକୁ ଥିବା ଆଇପିଏଲକୁ ଏପ୍ରିଲ ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅଷ୍ଟ୍ରେଲିଆ ସରକାର ବିଦେଶ ଗସ୍ତ ଉପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ୟାନ ଲଗାଇଛନ୍ତି। ଏହାସତ୍ତ୍ୱେ ଓ୍ବାର୍ନରଙ୍କ ମ୍ୟାନେଜର ଜେମ୍ସ ଇର୍ସକାଇନ କହିଛନ୍ତି, ଆଇପିଏଲ ଅନୁଷ୍ଠିତ ହେଲେ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଖେଳିବେ। ଅଷ୍ଟ୍ରେଲିଆର ମୋଟ ୧୭ ଜଣ ଖେଳାଳି ଆଇପିଏଲରେ ଖେଳିବାକୁ ଚୁକ୍ତି କରିଥିବା କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ପ୍ରକାଶ କରାଯାଇଛି। ଓ୍ବାର୍ନରଙ୍କୁ ଛାଡ଼ିଦେଲେ ଆଉ ଷ୍ଟିଭେନ ସ୍ମିଥ, ପ୍ୟାଟ କୁମିନ୍ସ, ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ସମେତ ୧୬ ଜଣ ଖେଳାଳି ଭାରତ ଗସ୍ତ କରିବେ କି ନାହିଁ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri