Posted inଖେଳ

ଆଇବିଏସ୍‌ଏଫ୍‌ ସ୍ନୁକର ଚାମ୍ପିୟନଶିପ୍‌: ଆଡଭାନୀ- ମେହେରା ଚାମ୍ପିୟନ

ମଣ୍ଡାଲେ (ମ୍ୟାନମାର), ୨୫।୯(ପିଟି): ଏଠାରେ ଚାଲିଥିବା ଆଇବିଏସ୍‌ଏଫ୍‌ ବିଶ୍ୱ ଟିମ୍‌ ସ୍ନୁକର ଚାମ୍ପିୟନଶିପ୍‌ରେ ପଙ୍କଜ ଆଡଭାନୀ ଓ ଆଦିତ୍ୟ ମେହେରାଙ୍କୁ ନେଇ ଗଠିତ ଭାରତୀୟ ଯୋଡି ଟାଇଟଲ ହାସଲ କରିଛି। ବୁଧବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏହି ଯୋଡି ୫-୨ରେ ଥାଇଲାଣ୍ଡର ୨ ନମ୍ବର ଦଳକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଏଥିସହିତ ଆଡଭାନୀ କ୍ୟାରିୟର ୨୩ତମ ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ଅନ୍ୟପଟେ ଆଦିତ୍ୟ ତାଙ୍କର ପ୍ରଥମ ବିଶ୍ୱ ଟାଇଟଲ ଅର୍ଜନ କରିଛନ୍ତି। ଗତ ସପ୍ତାହାରେ ଅଡଭାନୀ ଏଠାରେ ଓ୍ବାଲର୍‌ଡ ବିଲିୟାଡର୍‌ସ ଟାଇଟଲ ଜିତିଥିଲେ। ଫାଇନାଲରେ ୧ ନମ୍ବର ଭାରତୀୟ ଯୋଡି ୬୫-୩୧, ୯- ୬୯, ୭୪-୮, ୨୧- ୬୪, ୫୫-୪୪, ୭୨-୨୩, ୮୩-୯ରେ ବିଜୟୀ ହୋଇଛି। ବୁଧବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ଏହି ଯୋଡି ୪-୧ରେ ଥାଇଲାଣ୍ଡକୁ ହରାଇ ଫାଇନାଲକୁ ଉଠିଥିଲେ। ଆଡଭାନୀ ଓ ମେହେରା କ୍ୱାର୍ଟର ଫାଇନାଲରେ ହଂକଂକୁ ହରାଇ ସେମିକୁ ଉଠିଥିଲେ। ସେମିରେ ଏହି ଯୋଡି ଥାଇଲାଣ୍ଡର ଥାନାଓ୍ବତ ଟିରାପେଙ୍ଗପାଇବୁନ ଓ କ୍ରିଟସାନଟ ଲେର୍ଟସାଟ୍ଟାୟାଥୋର୍ନଙ୍କୁ ହରାଇଥିଲେ। ଆଡଭାନୀ ଏବେ ଅକ୍ଟୋବର ପ୍ରଥମ ସପ୍ତାହରେ ଅଷ୍ଟ୍ରେଲିଆ ଗସ୍ତ କରି ଓ୍ବାଲର୍‌ଡ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବେ। ଏହି ବିଜୟରେ ଉଭୟ ଆଡଭାନୀ ଓ ମେହେରା ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri