Posted inଖେଳ

ଆଇସିସିକୁ ରୋହିତଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୩ (ପି.ଟି.)- ଭାରତର ଦ୍ରୁତ ରନ ସଂଗ୍ରହକାରୀ ଓପନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ସମାଲୋଚନା କରିଛନ୍ତି। କାରଣ ଭଲ ରୂପେ ପୁଲ୍‌ ଶଟ୍‌ ଖେଳିପାରୁଥିବା ବିଶ୍ୱର ଶ୍ରେଷ୍ଠ ୪ ବ୍ୟାଟ୍ସମ୍ୟାନ ତାଲିକାରେ ତାଙ୍କ ନାମ ନାହିଁ। ତାଲିକାରେ ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ଭିଭିଆନ ରିଚାଡର୍‌ସ, ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ, ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ହର୍ଶେଲ ଗିବ୍ସ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲି ରହିଛନ୍ତି। ଏମାନଙ୍କ ମଧ୍ୟରୁ କେଉଁ ଖେଳାଳି ପୁଲ୍‌ ଶଟ୍‌ ଖେଳିବାରେ ଧୁରନ୍ଧର ସେନେଇ ଆଇସିସି ପକ୍ଷରୁ ଏକ ଭୋଟିଂର ବ୍ୟବସ୍ଥା କରାଯାଇଛି। ଅନ୍ତର୍ଜାତୀୟ ଦିନିକିଆରେ ତିନୋଟି ଦ୍ୱିଶତକ ହାସଲ କରିବାରେ ରୋହିତ ହେଉଛନ୍ତି ବିଶ୍ୱର ଏକମାତ୍ର ଖେଳାଳି। ଭାରତୀୟ ବ୍ୟାଟ୍ସମ୍ୟାନ ଟୁଇଟ କରି କହିଛନ୍ତି ଆଇସିସି ଜଣକୁ ଏହି ତାଲିକାରେ ସ୍ଥାନ ଦେଇ ନାହିଁ। ଏହାକୁ ହଜମ କରିବା କଷ୍ଟକର। ପରୋକ୍ଷରେ ସେ ନିଜକୁ ଇଙ୍ଗିତ କରି କହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri