Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: କୋହଲିଙ୍କୁ ହଟାଇ ଶୀର୍ଷରେ ସ୍ମିଥ୍‌

ଦୁବାଇ,୪।୯(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କର ୧ ନମ୍ବର ସ୍ଥାନ ହରାଇଛନ୍ତି। ସେ ଗୋଟିଏ ସ୍ଥାନ ତଳକୁ ଖସି ୨ ନମ୍ବର ସ୍ଥାନରେ ରହିଛନ୍ତି। ଅଭିଜ୍ଞ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭେନ୍‌ ସ୍ମିଥ୍‌ ଚଳିତ ଆଶେସ୍‌ରେ ଦମ୍‌ଦାର ପ୍ରଦର୍ଶନ କରି କୋହଲିଙ୍କୁ ହଟାଇ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ତେବେ ବୋଲିଂ ତାଲିକାରେ ଭାରତୀୟ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ତୃତୀୟ ସ୍ଥାନକୁ ଉନ୍ନତି କରିଛନ୍ତି। ଜାମାଇକାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଦ୍ୱିତୀୟ ଇନିଂସରେ କୋହଲି ପ୍ରଥମ ବଲ୍‌ରେ ବିନା ସ୍କୋରରେ ଆଉଟ ହେବା ପରେ ବ୍ୟାଟିଂ ତାଲିକାର ଦ୍ୱିତୀୟ ସ୍ଥାନକୁ ଖସିଛନ୍ତି। ଅନ୍ୟପଟେ ପ୍ରଥମ ଆଶେସ ଟେଷ୍ଟ ସ୍ମିଥ୍‌ ଦୁଇଟି ଇନିଂସରେ ଶତକ ହାସଲ କରିବା ସହ ଦ୍ୱିତୀୟ ମ୍ୟାଚ୍‌ରେ ୯୨ ରନର ଇନିଂସ ଖେଳି ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାନେ ୪ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ୭ ନମ୍ବରସ୍ଥାନ ଅଧିକାର କରିବା ସହ ଟେପ୍‌ ୧୦ରେ ପ୍ରବେଶ କରିଛନ୍ତି। ଆଣ୍ଟିଗୁଆରେ ଅର୍ଦ୍ଧଶତକ ଓ ଶତକ ହାସଲ କରିବା ପରେ ସେ ଜାମାଇକାରେ ଆଉ ଏକ ଅର୍ଦ୍ଧଶତକ ହାସଲ କରି ଏହି ସଫଳତା ପାଇଛନ୍ତି।
ଦ୍ୱିତୀୟ ଟେଷ୍ଟରେ ଦମ୍‌ଦାର ବ୍ୟାଟିଂ କରିଥିବା ହନୁମା ବିହାରୀ ୪୦ଟି ସ୍ଥାନ ଉପରକୁ ଉଠି ୩୦ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ଏପର୍ଯ୍ୟନ୍ତ ୬ଟି ଟେଷ୍ଟ ଖେଳିଥିବା ବିହାରୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। କୋହଲି ୪୮ଟି ମ୍ୟାଚ୍‌ରେ ନେତୃତ୍ୱ ନେଇ ୨୮ଟି ବିଜୟ ସହ ଭାରତର ସଫଳତମ ଟେଷ୍ଟ ଅଧିନାୟକ ସାବ୍ୟସ୍ତ ହୋଇଛନ୍ତି। ସେ ଏହି କ୍ରମରେ ମହେନ୍ଦ୍ର ସିଂ ଧୋନୀଙ୍କୁ ପଛରେ ପକାଇଛନ୍ତି। ୭୯ଟି ଟେଷ୍ଟ ଖେଳି କୋହଲି ଏପର୍ଯ୍ୟନ୍ତ ୨୫ଟି ଶତକ ହାସଲ କରିଛନ୍ତି। ସ୍ମିଥ୍‌ ୨୦୧୫ ପର୍ଯ୍ୟନ୍ତ ଶୀର୍ଷରେ ରହିଥିଲେ। ତେବେ ବଲ ଟ୍ୟାମ୍ପିରିଂ ଅଭିଯୋଗରେ ସେ ବାସନ୍ଦ ହେବାପରେ ୨୦୧୮ ଅଗଷ୍ଟରେ କୋହଲି ତାଙ୍କୁ ପଛରେ ପକାଇ ଶୀର୍ଷ ସ୍ଥାନ ଅଧିକାର କରିଥିଲେ। ଏବେ ଅକ୍ଟୋବର ୨ରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ କଲେ କୋହଲି ପୁଣି ଶୀର୍ଷ ସ୍ଥାନକୁ ଫେରିବାର ସୁଯୋଗ ରହିଛି।
ଦିନିକିଆ ର଼୍ୟାଙ୍କିଙ୍ଗର ଶୀର୍ଷରେ ଥିବା ଯଶପ୍ରୀତ ବୁମ୍‌ରା କ୍ୟାରିୟର ଶ୍ରେଷ୍ଠ ୮୩୫ ପଏଣ୍ଟ ପାଇ ତୃତୀୟ ସ୍ଥାନକୁ ଉଠିଛନ୍ତି। ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଓ ଦକ୍ଷିଣ ଆଫ୍ରକାର କାଗିସୋ ରାବାଡା ଯଥାକ୍ରମେ ୧ ଓ ୨ ନମ୍ବର ସ୍ଥାନରେ ରହିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର ଅଲରାଉଣ୍ଡର ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ତେବେ ସେ ୭ଟି ସ୍ଥାନ ଉପରକୁ ଉଠି ବୋଲିଂ ତାଲିକାରେ ଇଂଲଣ୍ଡର ଜେମ୍ସ ଆଣ୍ଡରସନଙ୍କ ସହ ମିଳିତ ଭାବେ ଚତୁର୍ଥ ସ୍ଥାନରେ ରହିଛନ୍ତି। ସେ ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ୫ ଓ ଦ୍ୱିତୀୟ ଟେଷ୍ଟରେ ୬ ଉଇକେଟ ଅକ୍ତିଆର କରିଥିଲେ। ଅନ୍ୟତମ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଓ ଇଶାନ୍ତ ଶର୍ମା ଗୋଟିଏ ଲେଖାଏ ସ୍ଥାନ ଉପରକୁ ଉଠି ଯଥାକ୍ରମେ ୧୮ ଓ ୨୦ତମ ସ୍ଥାନରେ ରହିଛନ୍ତି। ପୂର୍ବରୁ ବୁମ୍‌ରା ଟେଷ୍ଟରେ ଭାରତର ଦ୍ରୁତତମ ବୋଲରଭାବେ ୫୦ ଉଇକେଟ ଅକ୍ତିଆର କରି ରେକର୍ଡ କରିଥିଲେ। ସେ ଏପର୍ଯ୍ୟନ୍ତ ୧୨ଟି ମ୍ୟାଚ୍‌ ଖେଳି ୬୨ଟି ଉଇକେଟ ଅକ୍ତିଆର କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଗତ ଦୁଇଟି ଟେଷ୍ଟରେ ସେ ମୋଟ ୧୩ଟି ଉଇକେଟ ହାସଲ କରିଥିଲେ। ପ୍ରଥମ ଟେଷ୍ଟରେ ସେ ୭ ରନ ବ୍ୟୟ କରି ୫ଟି ଓ ଦ୍ୱିତୀୟ ଟେଷ୍ଟରେ ପ୍ରଥମ ଇନିଂସରେ ହ୍ୟାଟ୍ରିକ ନେବା ସହ ମୋଟ ୭ଟି ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri