Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୩୦।୧୨(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଫଳର ଶୀର୍ଷ ସ୍ଥାନରେ ରହି ସେ ବର୍ଷ ଶେଷ କରିବେ। ସେହିପରି ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଗୋଟିଏ ସ୍ଥାନ ତଳକୁ ଖସି ପଞ୍ଚମ ସ୍ଥାନରେ ରହିଛନ୍ତି। ୯୨୮ ପଏଣ୍ଟ ପାଇଁ କୋହଲି ୧ ନମ୍ବର ସ୍ଥାନରେ ରହିଥିବା ବେଳେ ୯୧୧ ପଏଣ୍ଟ ପାଇଁ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ୮୨୨ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ଚଳିତ ବର୍ଷ ୧୧ଟି ଟେଷ୍ଟ ଖେଳି ୧, ୦୫୮ ରନ ସଂଗ୍ରହ କରିବା ସହ ଗୋଟିଏ ସ୍ଥାନ ଉପରକୁ ଉଠି ଚତୁର୍ଥ ସ୍ଥାନରେ ରହିଛନ୍ତି। ୭୯୧ ପଏଣ୍ଟ ପାଇ ପୂଜାରା ପଞ୍ଚମ, ୭୫୯ ପଏଣ୍ଟ ପାଇ ଅଜିଙ୍କ୍ୟ ରାହାନେ ଯୁଗ୍ମ ସପ୍ତମ ସ୍ଥାନରେ ରହିଛନ୍ତି। ସେହିପରି ଦକ୍ଷିଣ ଆଫ୍ରିକାର କ୍ୱିଣ୍ଟନ ଡିକକ୍‌ ମଧ୍ୟ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି କରିଛନ୍ତି।
ବୋଲିଂ ତାଲିକାରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ୭୯୪ ପଏଣ୍ଟ ପାଇ ଷଷ୍ଠ ସ୍ଥାନରେ ବଜାୟ ରହିଛନ୍ତି। ସେହିପରି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ୭୭୨ ପଏଣ୍ଟ ପାଇ ନବମ ଓ ୭୭୧ ପଏଣ୍ଟ ପାଇ ମହମ୍ମଦ ସାମି ଦଶମ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସ ୯୦୨ ପଏଣ୍ଟ ପାଇ ବୋଲିଂ ତାଲିକାର ଶୀର୍ଷରେ ରହିଛନ୍ତି। ସେହିପରି ନେଲ ଓ୍ବାଗର ୮୫୯ ଓ କାଗିସୋ ରାବାଡ଼ା ୮୩୨ ପଏଣ୍ଟ ପାଇଁ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri