Posted inଖେଳ

ଆଇସିସି ବିଶ୍ୱକପ୍‌: ଶାକିବ୍‌ଙ୍କୁ ଉପଅଧିନାୟକ ଦାୟିତ୍ୱ

ଢାକା, ୧୬।୪- ଆସନ୍ତା ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଲାଗି ମଙ୍ଗଳବାର ବାଂଲାଦେଶ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜାଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ନୂଆମୂହଁ ଭାବେ ଦ୍ରୁତ ବୋଲର ଆବୁ ଜାୟେଦଙ୍କୁ ସ୍ଥାନ ମିଳିଛି। ୨୫ବର୍ଷୀୟ ଡାହାଣହାତୀ ବୋଲର ଜାୟେଦ ଗତବର୍ଷ ଜାତୀୟ ଦଳ ପକ୍ଷରୁ ଟେଷ୍ଟ ପଦାର୍ପଣ କରିଥିଲେ। ସେ ବର୍ତ୍ତମାନ ସୁଦ୍ଧା ୩ ଟି୨୦ ମ୍ୟାଚ୍‌ ମଧ୍ୟ ଖେଳିଛନ୍ତି। ତେବେ ସେ ବିଶ୍ୱକପ୍‌ ଅବସରରେ ଦିନିକିଆ କ୍ୟାରିୟର ଆରମ୍ଭ କରିବାର ସମ୍ଭାବନା ରହିଛି। ସେହିଭଳି ମୋର୍ତାଜାଙ୍କୁ ସହାୟତା ଲାଗି ବରିଷ୍ଠ ଅଲ୍‌ରାଉଣ୍ଡର ଶାକିବ ଅଲ୍‌ହାସାନଙ୍କୁ ଦଳର ଉପଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଛି। ବ୍ୟାଟ୍ସମ୍ୟାନ ମୋସାଡେକ ହୋସେନ ମଧ୍ୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶେଷଥର ପାଇଁ ଗତ ସେପ୍ଟେମ୍ବରରେ ଅନୁଷ୍ଠିତ ଏସିଆନ୍‌ କପ୍‌ରେ ସେ ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ବିଶ୍ୱକପ୍‌ ପରି ବଡ଼ ଟୁର୍ନାମେଣ୍ଟ ହୋଇଥିବାରୁ ଦଳରେ ଅଭିଜ୍ଞ ଖେଳାଳିଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ବାଂଲାଦେଶ କ୍ରିକେଟ ଚୟନ କମିଟିର ମୁଖ୍ୟ ମିନହାଜୁଲ ଆବେଦିନ କହିଛନ୍ତି। ଜୁନ ୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ ଖେଳି ବାଂଲାଦେଶ ବିଶ୍ୱକପ୍‌ରେ ଏହାର ଅଭିଯାନ ଆରମ୍ଭ କରିବ।
ବାଂଲାଦେଶ ବିଶ୍ୱକପ୍‌ ଦଳ: ମାଶ୍ରାଫି ମୋର୍ତାଜା (ଅଧିନାୟକ), ତାମିମ ଇକବାଲ, ଲିଟନ ଦାସ, ସୌମ୍ୟ ସର୍କାର, ମୁଶଫିକର ରହିମ୍‌ (ଉଇକେଟ୍‌କିପର), ମହମ୍ମଦୁଲ୍ଲା ରିୟାଦ, ଶାକିବ ଅଲ୍‌ ହାସାନ, ମହମ୍ମଦ ମିଥୁନ, ସବିର ରହମନ, ମୋସାକେ ହୋସେନ, ମହମ୍ମଦ ସୈଫଉଦ୍ଦିନ, ମେହିଦୀ ହାସାନ, ରୁବେଲ ହୋସେନ, ମୁସ୍ତାଫିଜୁର ରେହମାନ ଓ ଆବୁ ଜାୟେଦ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri