Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ଭାରତର ଅଭିଯାନ ଆରମ୍ଭ

ସିଡନୀ,୨୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚ୍‌ରେ ଶୁକ୍ରବାର ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୧୭ ରନରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ରିଷ୍ଟ ସ୍ପିନର ପୁନମ ଯାଦବ ଦମ୍‌ଦାର ବୋଲିଂ କରି ମାତ୍ର ୧୯ ରନ ବ୍ୟୟ କରି ମୂଲ୍ୟବାନ ୪ ଉଇକେଟ ନେଇ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସ୍ଥାନୀୟ ସିଡନୀ ଶୋଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ନିୟମିତ ବ୍ୟବଧାନରେ ଉଇକେଟ ହରାଇବା ସହ ୧୯.୫ ଓଭରରେ ୧୧୫ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଛି। ଏହି ବିଜୟ ସହ ଭାରତ ୨ ପଏଣ୍ଟ ହାସଲ କରିଛି।
୧୩୩ ରନ ଆଭରେଜ ବିଜୟ ଲକ୍ଷ୍ୟର ପିଛା କରି ଅଷ୍ଟ୍ରେଲିଆ ଭଲ ଆରମ୍ଭ କରିଥିଲା। ଓପନର ଆଲିସା ହିଲି ମାତ୍ର ୩୫ ବଲରୁ ୬ ଚୌକା ଓ ୧ ଛକା ସହ ୫୧ ରନ କରି ପୁନମ ଯାଦବଙ୍କ ଦ୍ୱାରା କଟ ଆଣ୍ଡ ବୋଲ୍ଡ ହୋଇଥିଲେ। ସେହିପରି ଆଶଲେ ଗାର୍ଡନର ୩୬ ବଲରୁ ୩ ଚୌକା ଓ ୧ ଛକା ସହ ୩୪ ରନ ସଂଗ୍ରହ କରି ଦ୍ରୁତ ବୋଲର ଶିଖା ପାଣ୍ଡେଙ୍କ ଦ୍ୱାରା କଟ୍‌ ଆଣ୍ଡ ବୋଲ୍ଡ ହୋଇଥିଲେ। ତେବେ ଦଳର ବାକି ୯ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଭାରତ ତରଫରୁ ପୁନମ୍‌ ସର୍ବାଧିକ ୪, ଶିଖା ୩ ଓ ଦୀପ୍ତି ଶର୍ମା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଭଲ ଆରମ୍ଭ କରିଥିଲା। ଦୁଇ ଓପନର ଶେଫାଳି ବର୍ମା ଓ ଅଭିଜ୍ଞ ସ୍ମୃତି ମାନ୍ଧନା ପ୍ରଥମ ଉଇକେଟରେ ୨୫ ବଲରୁ ଦ୍ରୁତ ୪୧ ରନ ସଂଗ୍ରହ କରିଥିଲେ। ତେବେ ଏହାପରେ ମାତ୍ର ୬ ରନରେ ଭାରତ ପ୍ରଥମ ୩ ଉଇକେଟ ହରାଇଥିଲା। ମାନ୍ଧନା ୧୦ ରନକରି ଆଉଟ ହୋଇଥିଲେ। ସେହିପରି ଶେଫାଳି ୧୫ ବଲରୁ ୫ ଚୌକା ଓ ୧ ଛକା ଦ୍ରୁତ ୨୯ ରନ ସଂଗ୍ରହ କରି ଏଲିସ୍‌ ପେରୀଙ୍କ ବଲ୍‌ରେ ମିଡଅନ୍‌ରେ ଆନାବେଲ ସଦରଲାଣ୍ଡଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଅଧିନାୟିକା ହରମନପ୍ରୀତ କୌର ମାତ୍ର ୨ ରନ କରି ଆଉଟ ହୋଇଥିଲେ। ଜେମିମା ରୋଡ୍ରିଗୁଏଜ ୩୩ ବଲରୁ ୨୬ ରନ ସଂଗ୍ରହ କରି ଡେଲିସା କିମିନ୍ସଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ। ଦୀପ୍ତି ଶର୍ମା ୪୬ ବଲରୁ ୩ ଚୌକା ସହ ୪୯ ରନ କରି ସ୍ଥିତି ସମ୍ଭାଳିବା ସହ ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ବେଦା କ୍ରିଷ୍ଣମୂର୍ତ୍ତୀ ୯ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଜୋନାସିନ ୨, ପେରୀ ଓ କିମିନ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ୨୦ ଓଭରରେ ୧୩୨/୪
(ଦୀପ୍ତି- ୪୯*, ଶେଫାଳି- ୨୯, ରୋଡ୍ରିଗୁଏଜ- ୨୬, ମାନ୍ଧନା- ୧୦, ଜୋନାସିନ- ୨/୨୪, ପେରୀ- ୧/୧୫, କିମିନ୍ସ- ୧/୨୪)।
ଅଷ୍ଟ୍ରେଲିଆ- ୧୯.୫ ଓଭରରେ ୧୧୫ ଅଲଆଉଟ
(ହିଲି- ୫୧, ଗାର୍ଡନର- ୩୪, ପୁନମ- ୪/୧୯, ପାଣ୍ଡେ- ୩/୧୪, ଗାଏକ୍ୱାଡ- ୧/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri