Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ : ଭାରତର କ୍ରମାଗତ ଦ୍ୱିତୀୟ ବିଜୟ

ପର୍ଥ, ୨୫।୨-
ଆଇସିସି ମହିଳା ଟି୨୦ ବିଶ୍ୱକପରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇଥିବା ଭାରତ ସୋମବାର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶକୁ ୧୮ ରନରେ ପରାସ୍ତ କରିଛି। ଦ୍ରୁତ ହାରରେ ରନ ସଂଗ୍ରହ କରି ୧୭ ବଲ୍‌ରୁ ୩୯ ରନ କରିଥିବା ଶେଫାଳି ବର୍ମା ପ୍ଲେୟର ଅଫ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୪୨ ରନ କରିଥିଲା। ଶେଫାଳିଙ୍କ ବ୍ୟତୀତ ଜେମିମା ରୋଡ୍ରିଗ୍ବେଜ ୩୪ ଓ ବେଦ କ୍ରିଷ୍ଣମୂର୍ତ୍ତୀ ୧୧ ବଲ୍‌ରୁ ୨୦* ରନର ମୂଲ୍ୟବାନ ଇନିଂସ ଖେଳିଥିଲେ। ବାଂଲାଦେଶ ଅଧିନାୟିକା ସଲ୍‌ମା ଖାତୁନ ଓ ପାନ୍ନା ଘୋଷ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୨୪ ରନ କରିବାକୁ ସକ୍ଷମ ହୋଇଥିଲା। ମୁର୍ଶିଦା ଖାତୁନ ୩୦ ଓ ନିଗାର ସୁଲତାନା ଦ୍ରୁତ ୩୫ ରନର ଇନିଂସ ଖେଳିଥିଲେ ହେଁ ତାହା ଦଳର ବିଜୟ ପାଇଁ ପର୍ଯ୍ୟାପ୍ତ ହୋଇ ନ ଥିଲା। ପୁନମ ଯାଦବ ୩ଟି, ଅରୁନ୍ଧତୀ ରେଡ୍ଡୀ ଓ ଶିଖା ପାଣ୍ଡେ ୨ଟି ଲେଖାଏ ଏବଂ ରାଜେଶ୍ୱରୀ ଗାଏକ୍ୱାଡ ଗୋଟିଏ ଉଇକେଟ ନେଇ ଭାରତକୁ ବିଜୟୀ କରାଇଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ୨୦ ଓଭରରେ ୧୪୨/୬(ଶେଫାଳି-୩୯, ରୋଡ୍ରିଗ୍ବେଜ-୩୪, କ୍ରିଷ୍ଣମୂର୍ତ୍ତୀ-୨୦*, ସାଲ୍‌ମା-୨/୨୫, ପାନ୍ନା-୨/୨୫)। ବାଂଲାଦେଶ ୨୦ ଓଭରରେ ୧୨୪/୮(ସୁଲତାନା-୩୫, ମୁର୍ଶିଦା-୩୦, ପୁନମ-୩/୧୮, ଅରୁନ୍ଧତୀ-୨/୩୩, ଶିଖା-୨/୧୪, ରାଜେଶ୍ୱରୀ-୧/୨୫)।
ପ୍ଲେୟର ଅଫ ଦି ମ୍ୟାଚ: ଶେଫାଳି ବର୍ମା


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri