Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଇଂଲଣ୍ଡକୁ ବୃହତ୍‌ ବିଜୟ ଦେଲେ ନାଇଟ୍‌

କାନ୍‌ବେରା, ୨୬।୨ (ପି.ଟି.)- ଅଧିନାୟିକା ହେଥର୍‌ ନାଇଟ୍‌ଙ୍କ ପ୍ରଥମ ଟି୨୦ ଶତକ ବଳରେ ଇଂଲଣ୍ଡ ଏଠାରେ ଅନୁଷ୍ଠିତ ଆଇସିସି ମହିଳା ଟି୨୦ କ୍ରିକେଟ୍‌ର ଏକ ମ୍ୟାଚ୍‌ରେ ୯୮ ରନରେ ଥାଇଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରାରମ୍ଭରୁ ଦୁଇ ଓପନର୍‌ ଏମି ଏଲିନେ ଜୋନ୍ସ (୦) ଓ ଡାନିଲେ ଓ୍ବେଟ୍‌ (୦)ଙ୍କ ଉଇକେଟ୍‌ ହରାଇଥିଲା। ତେବେ ନାଇଟ୍‌ଙ୍କ ବିସ୍ଫୋରକ ଶତକ ବଳରେ ଦଳ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୭୬ ରନ କରିଥିଲା। ନାଇଟ୍‌ ୬୬ ବଲରୁ ୧୦୮ ରନର (୧୩ ଚୌକା, ୪ ଛକା) ଅପରାଜିତ ଇନିଂସ ଖେଳିଥିଲେ। ଏହି ଇଭେଣ୍ଟରେ ୪ର୍ଥ ବ୍ୟାଟର୍‌ ଭାବେ ନାଇଟ୍‌ ଶତକ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ନାଟାଲି ସ୍କିଭର ମଧ୍ୟ ୫୯ ରନର ଉପଯୋଗୀ ଇନିଂସ ଖେଳିଥିଲେ। ଦ୍ୱିତୀୟ ଉଇକେଟ୍‌ରେ ଉଭୟ ୧୬୯ ରନର ପାର୍ଟନରଶିପ୍‌ କରିଥିଲେ। ଆଇସିସି ମହିଳା ଟି୨୦ କ୍ରିକେଟ୍‌ରେ କୌଣସି ଉଇକେଟ୍‌ରେ ଏହା ସର୍ବାଧିକ ପାର୍ଟନରଶିପ୍‌।
ଥାଇଲାଣ୍ଡ ନିର୍ଦ୍ଧାରିତ ଓଭର ଖେଳିଥିଲେ ମଧ୍ୟ ୭ ଉଇକେଟ୍‌ରେ ମାତ୍ର ୭୮ ରନ ସଂଗ୍ରହ କରିଥିଲା। ଫଳରେ ଇଂଲଣ୍ଡ ୯୮ ରନରେ ବିଜୟୀ ହୋଇଥିଲା। ଟୁର୍ନାମେଣ୍ଟରେ ରନ୍‌ ବ୍ୟବଧାନରେ ବିଜୟୀ ହେବାରେ ଏହା ମଧ୍ୟ ଏକ ରେକର୍ଡ ହୋଇଛି। ନାଇଟ୍‌ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri