Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ହ୍ୟାଟ୍ରିକ ଲକ୍ଷ୍ୟରେ ଭାରତ

ମେଲବୋର୍ନ,୨୬।୨(ପି.ଟି.): ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ବିଶ୍ୱକପ୍‌ର ସପ୍ତମ ସଂସ୍କରଣରେ ଭାରତ ଗୁରୁବାର ସ୍ଥାନୀୟ ଜଙ୍କସନ ଓଭାଲ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡକୁ ଭେଟିବ। କ୍ରମାଗତ ଦୁଇଟି ବିଜୟ ହାସଲ କରି ଭାରତର ଆତ୍ମବିଶ୍ୱାସ ବେଶ୍‌ ଉଚ୍ଚରେ ରହିଛି। ଏବେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିବା ସହ ସେମିଫାଇନାଲର ନିକଟବର୍ତ୍ତୀ ହେବା ଲକ୍ଷ୍ୟରେ ରହିଛି। ପ୍ରଥମ ମ୍ୟାଚ୍‌ରେ ଭାରତ ଗତଥରର ଚାମ୍ପିୟନ ତଥା ଆୟୋଜକ ଅଷ୍ଟ୍ରେଲିଆକୁ ୧୭ ରନରେ ଏବଂ ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶକୁ ୧୮ ରନରେ ପରାସ୍ତ କରିଥିଲା।
ନ୍ୟୁଜିଲାଣ୍ଡକୁ ହରାଇପାରିଲେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନକ୍‌ଆଉଟ୍‌ ପର୍ଯ୍ୟାୟ ନିକଟତର ହେବ। ୪ ପଏଣ୍ଟ ହାସଲ କରି ଭାରତ ଶୀର୍ଷରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଦୁଇଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ଦୁଇଟି ମ୍ୟାଚ୍‌ରେ ଭାରତ ଉଭୟ ବୋଲିଂ ଓ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ କରିଛି। ୧୬ ବର୍ଷୀୟା ଓପନର ଶେଫାଳି ବର୍ମା ବାଂଲାଦେଶ ବିପକ୍ଷରେ ୧୭ ବଲରୁ ୩୯ ଓ ଅଷ୍ଟ୍ରେଲିଆ ବିପକ୍ଷରେ ୨୯ ରନର ଉପଯୋଗୀ ପାଳି ଖେଳିଥିଲେ। ଫାଷ୍ଟ ଡାଉନ୍‌ ବ୍ୟାଟ୍ସମ୍ୟାନ ଜେମିମା ରୋଡ୍ରିଗୁଏଜ ଯଥାକ୍ରମେ ଦୁଇଟି ମ୍ୟାଚ୍‌ରେ ୨୬ ଓ ୩୪ ରନ ସଂଗ୍ରହ କରିଥିଲେ। କେବଳ ଅଧିନାୟିକା ହରମନପ୍ରୀତ ଟପ୍‌ ଅର୍ଡରରେ ବଡ଼ ସ୍କୋର ହାସଲ କରିବାରେ ବିଫଳ ହୋଇଛନ୍ତି। ତାରକା ଓପନର ସ୍ମୃତି ମାନ୍ଧନା ଦଳକୁ ପ୍ରତ୍ୟାବର୍ତ୍ତନ କରିଥିଲେ ଜ୍ୱର କାରଣରୁ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ଖେଳିପାରି ନ ଥିଲେ। ମିଡଲଅର୍ଡରରେ ଦୀପ୍ତି ଶର୍ମା ଅଷ୍ରେଲିଆ ବିପକ୍ଷରେ ଅପରାଜିତ ୪୯ ରନକରିଥିବା ବୋଳ ବେଦା କ୍ରିଷ୍ଣମୂର୍ତ୍ତୀ ବାଂଲାଦେଶ ବିପକ୍ଷରେ ୧୧ ବଲରୁ ୨୦ ରନ ସଂଗ୍ରହ କରି ଦଳକୁ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ। ବୋଲିଂ ବିଭାଗରେ ଲେଗ୍‌ ସ୍ପିନର ପୁନମ ଯାଦବ ଦୁଇଟି ଯାକ ମ୍ୟାଚ୍‌ରେ ୭ ଉଇକେଟ ନେଇ ଦଳ ବିଜୟରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ଦ୍ରୁତ ବୋଲର ଶିଖା ପାଣ୍ଡେ ୫ ଉଇକେଟ ନେଇ ତାଙ୍କୁ ଉପଯୁକ୍ତ ସହାୟତା ପ୍ରଦାନ କରିଛନ୍ତି।
ଗତ କିଛିବର୍ଷ ହେବ ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର ରେକର୍ଡ ଭଲ ରହିଛି। ଗତ ୩ଟି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ଗୋଟିଏ ବର୍ଷ ତଳେ ନ୍ୟୁଜିଲାଣ୍ଡ ଘରୋଇ ସିରିଜରେ ଭାରତକୁ ୩-୦ରେ ପରାସ୍ତ କରିଥିଲା। ତେବେ ୨୦୧୮ ବିଶ୍ୱକପ୍‌ରେ ଭାରତ ୩୪ ରନରେ ନ୍ୟୁଜିଲାଣ୍ଡକୁ ହରାଇଥିଲା। ଏହି ମ୍ୟାଚ୍‌ରେ ହରମନପ୍ରୀତ ୧୦୨ ରନର ଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।
ନ୍ୟୁଜିଲାଣ୍ଡ ଦଳରେ ମଧ୍ୟ କେତେଜଣ ବିଶ୍ୱସ୍ତରୀୟ ଖେଳାଳି ରହିଛନ୍ତି। ଅଧିନାୟିକା ତଥା ଅଲରାଉଣ୍ଡର ସୋଫି ଡିଭାଇନ୍‌ ଓ ଟପଅର୍ଡର ବ୍ୟାଟ୍ସଓମ୍ୟାନ ସୁଜି ବେଟ୍ସଙ୍କ ସମେତ ଦ୍ରୁତ ବୋଲର ଲିଆ ତାହୁହୁ ଓ ଲେଗ୍‌ ସ୍ପିନର ଆମେଲିଆ କେର ଭାରତକୁ ସମସ୍ୟାରେ ପକାଇବେ। ଶନିବାର ନ୍ୟୁଜିଲାଣ୍ଡ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଥିଲା। ଡିଭାଇନ୍‌ ୫୫ ବଲରୁ ୭୫ ରନ ସଂଗ୍ରହ କରିଥିଲେ। ନ୍ୟୁଜିଲାଣ୍ଡ ଏକ ବିଶ୍ୱସ୍ତରୀୟ ଦଳ ହୋଇଥିବାରୁ ଭାରତ ଏହି ମ୍ୟାଚ୍‌ରେ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହେବ।
ଭାରତୀୟ ଦଳ: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମାନ୍ଦନା, ଜେମିମା ରୋଡ୍ରିଗୁଏଜ, ଦୀପ୍ତି ଶର୍ମା, ଶେଫାଳୀ ବର୍ମା, ପୁନମ ଯାଦବ, ରାଧା ଯାଦବ, ତାନିୟା ଭାଟିଆ (ଉଇକେଟକିପର), ହରଲିନ୍‌ ଦେଓଲ, ରାଜେଶ୍ୱରୀ ଗାଏକ୍ୱାଡ, ରିଚା ଘୋଷ, ବେଦା କ୍ରିଷ୍ଣମୂର୍ତ୍ତୀ, ଶିଖା ପାଣ୍ଡେ, ଅରୁନ୍ଧତି ରେଡ୍ଡୀ ଓ ପୂଜା ବସ୍ତ୍ରକାର।
ନୂଆଦିଲ୍ଲୀ, ସୋଫି ଡିଭାଇନ (ଅଧିନାୟିକା), ରୋସେମେରି ମାଏର, ଆମେଲିଆ କେର, ସୁଜି ବେଟ୍ସ, ଲଉରେନ ଡାଉନ, ମାଡି ଗ୍ରୀନ, ହୋଲି ହଡଲଷ୍ଟୋନ, ହେଲି ଜନ୍‌ସନ, ଲେହ କାସପେରେକ, ଜେସ୍‌ କେର, କେଟେ ମାର୍ଟିନ (ଉଇକେଟକିପର), ଆନ୍ନା ପିଟରସନ, ରାଚେଲ ପ୍ରିଷ୍ଟ ଓ ଲି ତାହୁହୁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri