ଆଇସିୟୁରେ ବିଜୟ ମହାନ୍ତି

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଆଇସିୟୁରେ ଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗତ କିଛିବର୍ଷ ହେଲା ନିଜ ପରିବାର ସହ ହାଇଦ୍ରାବାଦରେ ରହୁଥିବା ମହାନ୍ତି ମଧୁମେହ ରୋଗରେ ଆକ୍ରାନ୍ତ। ମଙ୍ଗଳବାର ରାତିରେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସେ ସାମାନ୍ୟ ସୁସ୍ଥ ଥିବା ପତ୍ନୀ ତନ୍ଦ୍ରା ରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଓଡ଼ିଆ ଫିଲ୍ମ ଜଗତର ଏହି ପ୍ରତିଷ୍ଠିତ କଳାକାର ପ୍ରତି ଓଡ଼ିଆଙ୍କ ଘରେ ଘରେ ପରିଚିତ। ୧୯୫୦ରେ କେନ୍ଦ୍ରାପଡ଼ାରେ ଜନ୍ମଗ୍ରହଣ କରିଥିବା ମହାନ୍ତି ୨୦୦ରୁ ଊର୍ଦ୍ଧ୍ୱ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଛନ୍ତି। ନାୟକ, ଖଳନାୟକ ଓ ବିଭିନ୍ନ ଚରିତ୍ର ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଦିଲ୍ଲୀ ନ୍ୟାଶନାଲ ସ୍କୁଲ୍‌ ଅଫ୍‌ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିବା ବିଜୟ ୧୯୭୬ରେ ‘ନାଗଫାଶ’ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ଉତ୍କୃଷ୍ଟ ଅଭିନୟ ଲାଗି ସେ ଏକାଧିକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ବେଳେ ଜୀବନବ୍ୟାପୀ ସାଧନା ପାଇଁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଛନ୍ତି। ତେବେ ଗତ କିଛିବର୍ଷ ହେବ ସେ ଭୁବନେଶ୍ୱର ଛାଡ଼ି ହାଇଦ୍ରାବାଦରେ ନିଜ ଝିଅ ପାଖରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri