ଆଉ ଜଣେ ନବାଗତ

ଖୁବ୍‌ ଶୀଘ୍ର ଓଲିଉଡ୍‌ରେ ଆଉ ଜଣେ ନବାଗତ ନାୟକ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ସେ ହେଲେ ନବୀନ। ଅବଶ୍ୟ ଏହାପୂର୍ବରୁ ସେ ୩ଟି ଭୋଜପୁରୀ ଫିଲ୍ମ ଏବଂ କେତୋଟି ଓଡ଼ିଆ ଆଲବମ୍‌ରେ ଅଭିନୟ କରିସାରିଛନ୍ତି। ହେଲେ ବଡ଼ପରଦାରେ ତାଙ୍କୁ ଏବେ ମିଳିଛି ଏକ ବଡ଼ ବ୍ରେକ୍‌। କେବଳ ସେତିକି ନୁହେଁ ନିଜର ଡେବ୍ୟୁ ଫିଲ୍ମରେ ନିଜ ଭୂମିକାକୁ ନେଇ ବେଶ୍‌ ଆଶାବାଦୀ ସେ। ଫିଲ୍ମଟି ହେଲା ‘ଅଫିସର’। ଫିଲ୍ମର କାହାଣୀ ଅନୁସାରେ ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍‌ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା ବାଦଲ ମାଡ଼ିଆସେ। ସେତେବେଳେ ସେମାନଙ୍କ ବନ୍ଧୁତା ଏହାଦ୍ୱାରା ପ୍ରଭାବିତ ହୁଏ କି? ଏହା ପରେ ରାଜ୍ୟ ଚଳାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଏହି ପାଞ୍ଚଜଣ ଅଫିସର ନିଜ ଦାୟିତ୍ୱକୁ ଠିକ୍‌ ଭାବରେ ତୁଲାଇ ପାରନ୍ତି ତ? ଏସବୁ ପ୍ରଶ୍ନର ଉତ୍ତରକୁ ଆଧାର କରି ପ୍ରସ୍ତୁତ ହୋଇଛି ଏକ ଭିନ୍ନ ଧରଣର କାହାଣୀ, ଯାହାକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଅଫିସର’। ଅନୀତା ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରରେ ଚିତ୍ରଟିର ପ୍ରଯୋଜନା କରିଛନ୍ତି ପ୍ରଭାକର ମହାନ୍ତି। ଡ. ନିର୍ମଳ ନାୟକ ସଂଳାପ ରଚନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଯଜ୍ଞ ଦାଶ। ଫିଲ୍ମର ମେଲ୍‌ ଲିଡ୍‌ରେ ନବୀନଙ୍କ ନାୟିକା ସାଜିଛନ୍ତି ନଗଜା ନିରଞ୍ଜନା। ଏହି ଯୋଡ଼ି ବ୍ୟତୀତ ରୁଦ୍ର ପାଣିଗ୍ରାହୀ, ଦୁଷ୍ମନ୍ତ, ଜଗା, ପ୍ରିନ୍ସ, ରାମ, ନଗଜା ନିରଞ୍ଜନା, ଜିନା, ସୁନୟନା, ସୋନୁ, ଦେବୀ ବାରିକ, ଦେବୁ ବ୍ରହ୍ମା, ଥିନ୍‌, ପ୍ରିୟ ମିଶ୍ର, ପ୍ରିୟଙ୍କା, ରତନ ମେହେର, ମିଟୁ ମିଥୁନ୍‌ ପ୍ରମୁଖ କଳାକାର ଅଭିନୟ କରିବେ। ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ ନାରାୟଣ ଘଡ଼େଇ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri