ଆଉ ଜଣେ ପରଦେଶୀ ନାୟିକା

ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା ଓରଫ ସାସା। ମଡେଲିଂ ସହ ଜଡ଼ିତ ଏହି ନବାଗତା ପ୍ରଥମ ଥର ପାଇଁ ଓଡ଼ିଆ ସିନେମାରେ ଅଭିନୟ କରୁଛନ୍ତି। ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’ର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ସେ । ମହ୍ଲାର ଏଣ୍ଟରଟେନ୍‌ମେଣ୍ଟ ଏବଂ ଏ.ବି. ସଲ୍ୟୁଶନ ବ୍ୟାନରରେ ଏହାର ପ୍ରଯୋଜନା କରିଛନ୍ତି ନବାଗତା ଜୟଲକ୍ଷ୍ମୀ ମିଶ୍ର। ନିର୍ଦ୍ଦେଶନା ଦାୟିତ୍ୱ କୁନାଲ ପଟ୍ଟନାୟକ ତୁଲାଇଥିବା ବେଳେ ସଚି ମହାନ୍ତି ଏବଂ ସନ୍ତୋଷଙ୍କ ରଚିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ଟୁନା ଭାଇ-ଉନା ଭାଇ। ଚିତ୍ରୋତ୍ତୋଳନ କରିଛନ୍ତି ରଞ୍ଜନ ମିଶ୍ର। ଶୁଟିଂ ଶେଷ ହୋଇଥିବା ଏହି ଫିଲ୍ମରେ ସାସାଙ୍କ ଭୂମିକାଟି ହେଲା ଗ୍ଲୋରି। ଏଥିରେ ତାଙ୍କର ନାୟକ ସାଜିଛନ୍ତି ରାଜ୍‌। ସାସା-ରାଜ୍‌ ଯୋଡ଼ି ବ୍ୟତୀତ ପଲ୍ଲବୀ, ଜୀବନ ପଣ୍ଡା, ଜୟଲକ୍ଷ୍ମୀ, ପ୍ରୀତିରାଜ, କୁନାଲ, ଟୁଲୁ, ଶମ୍ଭୁ, ରାମବାବୁ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି। ଖାସ୍‌ କଥା ହେଲା, ଶୁଟିଂ ସମୟରେ ସାସା ଓଡ଼ିଆ ଭାଷା କେତେକାଂଶରେ ଶିଖିଯାଇଛନ୍ତି। ବିଦେଶୀ ଲଳନା ଓଡ଼ିଆ ସିନେମାରେ ଅଭିନୟ କରିବା ନୂଆ କଥା ନୁହେଁ। ଏହାପୂର୍ବରୁ ପରଦେଶୀ ଚଢ଼େଇରେ ଉତ୍ତମ ମହାନ୍ତିଙ୍କ ସହ ଅରମିଣ୍ଟାଙ୍କୁ ନାୟିକା ଭାବେ ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ‘ମୁଖ୍ୟମନ୍ତ୍ରୀ’ରେ ବିଦେଶୀ ନାୟିକା ସବ୍ରିନା ଜେନିଫର ଅଭିନୟ କରିଥିଲେ। ତେବେ ‘ବାୟ ବାୟ ଦିଲ୍‌’ରେ ସାସା ଦର୍ଶକଙ୍କୁ କେତେ ପ୍ରଭାବିତ କରିପାରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri