ଆଉ ଦୁଇଦିନ ଛେଚିବ, ୭ ଜିଲାକୁ ଏଲୋଓ୍ବାର୍ନିଂ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହ ହେଉଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ମଙ୍ଗଳବାର ବର୍ଷା ପରିମାଣ ବହୁମାତ୍ରାରେ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତା ୨୬ ତାରିଖ ଯାଏ ଘଡ଼ଘଡି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଭ୍ୟନ୍ତୀରଣ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଏଲୋଓ୍ବାର୍ନିଂ ଜାରି କରିଛି। ସେହିପରି ୨୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, କଟକ, ଖୋର୍ଦ୍ଧା, କନ୍ଧମାଳ ଏବଂ ଗଞ୍ଜାମ ଜିଲାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୨୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୩୩.୫, ପାରାଦୀପ ୧୦.୩, ଭୁବନେଶ୍ୱର ୯.୭, ଗୋପାଳପୁର ୭.୬, ବାରିପଦା ୬.୪, ଝାରସୁଗୁଡା ୨୩.୨, କେନ୍ଦୁଝର ୨.୯, ତାଳଚେର ୩୦ ଏବଂ ଭବାନୀପାଟଣାରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri