ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ସତ୍ୟନାରାୟଣ ପ୍ରଧାନ ରଣପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶରଣକୁଳ ଏବଂ ସୁନାଖଳାକୁ ଏନ୍‌ଏସି ଘୋଷଣା କରିବାକୁ କହିଥିଲେ। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି କୋରାପୁଟ ଜିଲାର ବୋରିଗୁମ୍ମା ବ୍ଲକକୁ ଏନ୍‌ଏସି ଘୋଷଣା କରିବାକୁ ଅଛି କି ବୋଲି ପଚାରିଥିଲେ। ବିଜେଡି ସଭ୍ୟ ଅମର ଶତପଥୀ ଚଣ୍ଡିଖୋଲକୁ ଏନ୍‌ଏସି ଘୋଷଣା କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି କି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ, ଶରଣକୁଳ ସହରକୁ ଏନ୍‌ଏସି ଘୋଷଣା ପାଇଁ ନୟାଗଡ ଜିଲାପାଳଙ୍କୁ କେତେକ ତଥ୍ୟ ମଗାଯାଇଛି, ତାହା ହସ୍ତଗତ ହେବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ। ସେହିପରି ରାଜସୁନାଖଳା ସହରକୁ ଏନ୍‌ଏସି ଘୋଷଣା କରିବାକୁ ଅନୁଧ୍ୟାନ କରାଯାଉଛି। ବୋରିଗୁମ୍ମା ଏବଂ ଚଣ୍ଡିଖୋଲ ପ୍ରସ୍ତାବ ଆସିଲେ ଏହାକୁ ସରକାର ବିଚାର କରିବେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri