ଆଉ ହେବନି ହାର୍ଟଆଟାକ୍‌ : ଆପଣାନ୍ତୁ ଏହିସବୁ ଉପାୟ

ଆଜିର ସମୟରେ ଚିନ୍ତାଜନକ ହେଉଛି ହୃଦ୍‌ରୋଗ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ପ୍ରତିବର୍ଷ ପାଖାପାଖି ୧ କୋଟି ୭୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ଅସ୍ବାଭାବିକ ହୃଦ୍‌ରୋଗରେ ମୃତ୍ୟୁ ଘଟୁଛି। ଏହାର ପ୍ରମୁଖ କାରଣ ହେଉଛି ଶାରୀରିକ ପରିଶ୍ରମର ଅଭାବ, ଧୂମ ଓ ନିଶା ସେବନ, ମାନସିକ ଚାପ, ଖାଦ୍ୟପେୟ ଓ ବିଶ୍ରାମର ଅନିୟମିତତା। ବର୍ତ୍ତମାନ ସମୟରେ ଅଧିକାଂଶ ଯୁବବର୍ଗ ହୃଦ୍‌ରୋଗର ଶିକାର ହେଉଛନ୍ତି। ଅନ୍ତତଃ ପକ୍ଷେ ମାସକୁ ଥରେ ଉପବାସ ରହିବା ଦ୍ୱାରା ହୃଦ୍‌ଘାତ ଆଶଙ୍କା ହ୍ରାସ ଥାଏ ବୋଲି ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ସେମାନେ କରିଥିବା ଏକ ସର୍ଭେରୁ ଜଣାପଡିଛି ଯେ ବର୍ଷକୁ ଅନ୍ତତଃ ଦୁଇଥର ରକ୍ତଦାନ ଦ୍ୱାରା ହୃଦ୍‌ରୋଗର ଆଶଙ୍କାକୁ କମ୍‌ କରିହେବ। ସବୁବେଳେ ଚାପମୁକ୍ତ ସନ୍ତୁଳିତ ଜୀବନଶୈଳୀ ଅନୁସରଣ କରନ୍ତୁ। ନିଶାଦ୍ରବ୍ୟ ସେବନଠାରୁ ଦୂରେଇ ରୁହନ୍ତୁ। ଦୈନିକ ଅତି କମ୍‌ରେ ଅଧଘଣ୍ଟା ବ୍ୟାୟାମ କରନ୍ତୁ। ହୃଦ୍‌ରୋଗ ପାଇଁ ଓଜନ ବୃଦ୍ଧି ବା ମେଦବହୁଳତା ମଧ୍ୟ ଦାୟୀ। ତେଣୁ ଶରୀରର ଗଢ଼ଣ ଓ ବୟସ ଅନୁସାରେ ଓଜନ କେତେ ରହିବା ଆବଶ୍ୟକ, ତାହା ଜାଣନ୍ତୁ। ଆବଶ୍ୟକତାଠାରୁ ଅଧିକ ଓଜନ ଥିଲେ, ତାହାକୁ କେମିତି ସନ୍ତୁଳିତ ସ୍ତରକୁ ଆଣିହେବ, ସେଥିପାଇଁ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ୩୦ରୁ ୫୦ ବର୍ଷ ଭିତରେ ଓଜନ ବଢ଼ିବାର ଆଶଙ୍କା ଅଧିକ। ଓଜନ ବୃଦ୍ଧି ହୃଦ୍‌ରୋଗ ସହ ବହୁ ରୋଗର କାରଣ ସାଜିଥାଏ। ତେଣୁ କୋଲେଷ୍ଟରଲ୍‌ଯୁକ୍ତ ଖାଦ୍ୟ କମ୍‌ ଖାଇବା ଆବଶ୍ୟକ। ଫଳ, ଗଜାମୁଗ, ବୁଟ ଓ ଦଲିଆ ଆଦି ଖାଦ୍ୟ ସୁସ୍ଥ ହୃତ୍‌ପିଣ୍ଡ ପାଇଁ ଖୁବ୍‌ ଉପଯୋଗୀ। ବ୍ୟବସ୍ଥିତ ଜୀବନଶୈଳୀ ଅନୁସରଣ କରନ୍ତୁ। ନିୟମିତ ସମୟ ବ୍ୟବଧାନରେ ଅଭିଜ୍ଞ ଡାକ୍ତରଙ୍କ ନିକଟରେ ନିଜର ସ୍ବାସ୍ଥ୍ୟର ରୁଟିନ୍‌ ଚେକ୍‌ଅପ୍‌ କରାଇ ନିଅନ୍ତୁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?