ଆଉ ୫ ସ୍ଥାନରେ ହେବ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ଆଉ ୫ ସ୍ଥାନରେ କୋଭିଡ୍‌ ପରୀକ୍ଷା ଆରମ୍ଭ ହେବ। ୨୩ ତାରିଖରୁ କୋରାପୁଟ ଓ ବଲାଙ୍ଗୀର ମେଡିକାଲ୍‌ କଲେଜରେ କରୋନା ନମୁନା ପରୀକ୍ଷଣ ଆରମ୍ଭ ହେବ। ସେହିପରି ୩୧ ତାରିଖ ସୁଦ୍ଧା ବାଲେଶ୍ୱର ଓ ବାରିପଦା ମେଡିକାଲ୍‌ କଲେଜରେ ନମୁନା ପରୀକ୍ଷା କରାଯିବ। ଏହାଛଡ଼ା ଖୋର୍ଦ୍ଧା ଅରଗୋଳଠାରେ ଥିବା ପ୍ରାଣୀ ରୋଗ ଗବେଷଣା ପରୀକ୍ଷାଗାରରେ ମଧ୍ୟ ନମୁନା ପରୀକ୍ଷା ହେବ। ଆସନ୍ତା ଦୁଇଦିନ ମଧ୍ୟରେ ଏଠାରେ କରୋନା ପରୀକ୍ଷଣ ଆରମ୍ଭ ହେବ। ଏଠାରେ ଥିବା ଉନ୍ନତମାନର ଲାବାରୋଟୋରି ନିର୍ମାଣ ହେବା ପରଠାରୁ ବ୍ୟବହାର କରାଯାଇ ନ ଥିଲା। କୋଭିଡ୍‌ ପାଇଁ ଏହି ଲାବାରୋଟୋରି ପ୍ରଥମଥର କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୧୬ରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେହି ସମୟରେ ଦିନକୁ ମାତ୍ର ୩ଟି କୋଭିଡ୍‌ ଟେଷ୍ଟ ହେଉଥିଲା। ଟେଷ୍ଟିଂ କ୍ଷମତାକୁ ବୃଦ୍ଧି କରିବା ସ୍ବାସ୍ଥ୍ୟ ବିଭାଗ ପାଇଁ ବଡ଼ ଚ୍ୟାଲେଞ୍ଜ ଥିଲା। ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେବା ସହିତ ମେ’ ୨୦ ସୁଦ୍ଧା ଦିନକୁ ୫ହଜାର ନମୁନା ପରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବର୍ତ୍ତମାନ ଦିନକୁ ୪,୭୦୦ ନମୁନା ପରୀକ୍ଷଣ ହେଉଛି। ଆସନ୍ତା ୨୦ତାରିଖ ବେଳକୁ ଏହା ବଢ଼ି ୫ହଜାର ଉପରକୁ ଚାଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri