Posted inଖେଳ

ଆକମଲଙ୍କ ଅପିଲର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

କରାଚି,୩୧।୫ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ମାମଲାର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌ ଫକିର ମହମ୍ମଦ ଖୋଖାର। ଦୁର୍ନୀତି କରିବାକୁ ଆକମଲଙ୍କୁ ପ୍ରସ୍ତାବ ଦିଆଯାଇ ନ ଥିଲେ ମଧ୍ୟ ସେ ଏ ସଂକ୍ରାନ୍ତରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଜଣାଇ ନଥିଲେ। ଫଳରେ ପିସିବି ତାଙ୍କୁ ୩ ବର୍ଷ ବାସନ୍ଦ କରିଥିଲା। ଏବେ ଏହା ବିରୋଧରେ ଆକମଲ ଅପିଲ କରିଛନ୍ତି । ଫକିର ଏହି ଅପିଲର ଶୁଣାଣି କରିବେ ବୋଲି ପିସିବି ତରଫରୁ କୁହାଯାଇଛି।
ଆକମଲଙ୍କୁ ଗତମାସ ପିସିବି ସବୁ ପ୍ରକାର କ୍ରିକେଟ କାର୍ଯ୍ୟକଳାପରୁ ବାସନ୍ଦ କରିଥିଲା। ବୋର୍ଡର ଶୃଙ୍ଖଳାଗତ କମିଟି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା। ଚଳିତ ବର୍ଷ ପ୍ରାରମ୍ଭରେ ପାକିସ୍ତାନ୍‌ ସୁପର ଲିଗ୍‌ ଆରମ୍ଭ ହେବା ପୂର୍ବରୁ ଦୁର୍ନୀତି ନେଇ ପ୍ରସ୍ତାବ ମିଳିଥିଲେ ମଧ୍ୟ ଆକମଲ ପିସିବିକୁ ରିପୋର୍ଟ କରି ନ ଥିଲେ। ତେଣୁ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏହା ବାସନ୍ଦାଦେଶ ବିରୋଧରେ ୩୦ ବର୍ଷୀୟ ଆକମଲ ଚ୍ୟାଲେଞ୍ଜ୍‌ କରିଥିଲେ। ଏବେ ଏହାର ନିରପେକ୍ଷ ତଦନ୍ତ ହେବ। ଏହି ମାମଲାରେ ସାହାଯ୍ୟ କରିବାକୁ ଆକମଲ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାର୍ଲାମେଣ୍ଟରୀ ଆଫେୟାର୍ସ ଆଡଭାଇଜର ବାବର ଆଓ୍ବାନଙ୍କର ସହୟତା ନେଇଛନ୍ତି। ପିଏସ୍‌ଏଲ ଆରମ୍ଭ ହେବା ପୂର୍ବରୁ ଆକମଲଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। ଉମର ହେଉଛନ୍ତି ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ କାମରାନ ଆକମଲଙ୍କ ସାନ ଭାଇ। ସେ ମଧ୍ୟ ଅଧିନାୟକ ବାବର ଆଜମଙ୍କର ସମ୍ପର୍କୀୟ ଭାଇ। ଉମର ପାକିସ୍ତାନ ପାଇଁ ୧୬ ଟେଷ୍ଟ, ୧୨୧ ଦିନିକିଆ ଓ ୮୪ଟି ଟି୨୦ ମ୍ୟାଚ୍‌ ଖେଳି ଯଥାକ୍ରମେ ୧୦୦୩, ୩୧୯୪ ଓ ୧୬୯୦ ରନ ସଂଗ୍ରହ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟରେ ପଦାର୍ପଣ କରି ସେ ଶତକ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ପରେ ସେ ଏହି ସଫଳତାକୁ ଦୋହରାଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri