Posted inଜାତୀୟ

ଆକାଶମାର୍ଗରେ ବି କଟକଣା ଜାରି କଲା ପାକ୍‌

ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧ ରୁଟ୍‌ ମଧ୍ୟରୁ ୩ଟିକୁ ପଡ଼ୋଶୀ ଦେଶ ବନ୍ଦ କରିଦେଇଛି। ଫଳରେ ଏହି ରୁଟ୍‌ ଦେଇ ଭାରତର କୌଣସି ବିମାନ ଉଡ଼ାଣ କରିପାରିବ ନାହିଁ। ତେବେ ଏହାଦ୍ୱାରା ଭାରତର ବିମାନ ଚଳାଚଳ ପ୍ରଭାବିତ ହେବନାହିଁ ବୋଲି ଏୟାର ଇଣ୍ଡିଆ ପକ୍ଷରୁ ବୁଧବାର ଏକ ବିବୃତିରେ କୁହାଯାଇଛି। ଆତଙ୍କବାଦୀ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ୍‌ ସିକ୍ୟୁରିଟି (ବିଏସିଏସ) ପକ୍ଷରୁ ସମସ୍ତ ରାଜ୍ୟ ସରକାର ଓ ଘରୋଇ ବିମାନବନ୍ଦର ଅପରେଟରମାନଙ୍କୁ ଏକ ଆଡ୍‌ଭାଇଜୋରି ଜାରି କରି ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri