ଆକାଶରେ ଯାତ୍ରୀ ଅସୁସ୍ଥ: ଭୁବନେଶ୍ୱରରେ ବିମାନର ଜରୁରୀ ଅବତରଣ, ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଚାଲିଗଲା ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଏମିତି ବି ଆସିପାରେ ମୃତ୍ୟୁ। ଘରକୁ ଫେରିବା ସମୟରେ ଆକାଶରେ ଅସୁସ୍ଥତା ଓ ପରେ ମୃତ୍ୟୁ। ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ଶନିବାର ଭୁବନେଶ୍ୱରରେ। ଚେନ୍ନାଇରୁ କୋଲକାତା ଯାତ୍ରା କରୁଥିବା ବେଳେ ବାଂଲାଦେଶର ନୁର୍‌ ଶେଖ୍‌ଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଚେନ୍ନାଇ-କୋଲକାତା ଇଣ୍ଡିଗୋ ବିମାନ ଶନିବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଥିଲା। ୬ଇ୨୯୨ ବିମାନ ଚେନ୍ନାଇରୁ ଅପରାହ୍ନ ୧ଟା ୩୬ରେ କୋଲକାତା ଅଭିମୁଖେ ଉଡ଼ାଣ କରିଥିଲା। ତେବେ ବିମାନରେ ନୁର୍‌ ଶେଖ୍‌ ହଠାତ୍‌ ଅସୁସ୍ଥତା ଅନୁଭବ କରିଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ବିମାନକୁ ଜରୁରୀ ଅବତରଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଭୁବନେଶ୍ୱର ନିକଟ ବିମାନବନ୍ଦର ହୋଇଥିବାରୁ ଏଠାରେ ଅବତରଣ କରିବା ପାଇଁ ପାଇଲଟ୍‌ ଏଟିସିକୁ ଅନୁମତି ମାଗିଥିଲେ। ଏଟିସିଙ୍କଠାରୁ ଅନୁମତି ପାଇବା ପରେ ବିମାନ ଅପରାହ୍ନ ୩ଟା ୧୭ରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଥିଲା। ଏହାପରେ ବିମାନବନ୍ଦରରେ ପୂର୍ବରୁ ଏୟାରପୋର୍ଟ ଅଥରିଟୀ ଅଫ୍‌ ଇଣ୍ଡିଆ(ଏଏଆଇ) ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇ ରହିଥିଲା। ସଙ୍ଗେ ସଙ୍ଗେ ଉକ୍ତ ଯାତ୍ରୀଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରବିବାର ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ଜଣାପଡ଼ିଛି। ନୁର୍‌ ଶେଖ୍‌ଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ସେପଟେ ଶନିବାର ସନ୍ଧ୍ୟାରେ କୋଲକାତାରେ ଖରାପ ପାଗ ଯୋଗୁ ଭୁବନେଶ୍ୱର ବିମାନବନ୍ଦରରେ ଦୁଇଟି ବିମାନ ଜରୁରୀ ଅବତରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri