ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ୩ ଦିନରେ ଫସଲ କ୍ଷୟକ୍ଷତି ଆକଳନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତିର ଆକଳନ କରିବା ସହିତ ଘରଭଙ୍ଗା ସର୍ଭେ କାର୍ଯ୍ୟ ଆସନ୍ତା ସପ୍ତାହ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫନ ଯୋଗୁ ହୋଇ ଥିବା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି। ବାବ୍ୟା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥିସହିତ ପ୍ରଭାବିତ ଜିଲାର କ୍ଷତିଗ୍ରସ୍ତ ଭିତିଭୂମିକୁ ତୁରନ୍ତ ସଜାଡିବାକୁ ସ୍ବାଭାବିକ ପରିସ୍ଥିତି ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଶୁକ୍ରବାର ସୁଦ୍ଧା ପ୍ରଭାବିତ ଜିଲାଗୁଡିକରେ ରାସ୍ତା ଅବରୋଧ ହଟାଇବା ସହିତ ଯୋଗାଯୋଗକୁ ସ୍ବାଭାବିକ କରିବାକୁ ପରାମର୍ଶ ଦେଇଛନ୍ତି। ସେସୁ ୨୪ ଘଣ୍ଟା ଏବଂ ନେସ୍‌କୋ ୭୨ ଘଣ୍ଟା ମଧ୍ୟରେ ପୁନଃ ବିଦ୍ୟୁତ ଯୋଗାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ମାନବ ସମ୍ବଳ ଏବଂ ବିଦ୍ୟୁତ ଉପକରଣ ନେଇ ଏହି କାର୍ଯ୍ୟ ସାରିବାକୁ କୁହାଯାଇଛି। ଅମ୍ଫନ ଯୋଗୁ ୮୯ଟି ବ୍ଲକର ୪୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, “ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri