ଆକ୍ରମଣ, ପ୍ରତି ଆକ୍ରମଣ ଘଟଣା, ୬ ଗିରଫ

ଆସିକା,୧୬ା୧(ଡି.ଏନ.ଏ.): କୋଟିନଡା ଥାନା ଅନ୍ତର୍ଗତ ବେଣିଆ ଗ୍ରାମରେ ରବିବାର ରାତିରେ ଘଟିଥିବା ଆକ୍ରମଣ ଓ ପ୍ରତିଆକ୍ରମଣ ଘଟଣାରେ ଉଭୟ ପକ୍ଷ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ପରସ୍ପର ବିରୋଧୀ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି। ପୋଲିସ ଗୋଟିଏ ପକ୍ଷର ୬ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସାହା ସୂଚନା ଦେଇଛନ୍ତି। ବେଣିଆ ଗ୍ରାମର ଚନ୍ଦନ କାମ୍ପଙ୍କୁ ଛୁରାମାଡ଼ କରାଯାଇଥିବା ନେଇ ତାଙ୍କ ମା’ ନୟନୀ କାମ୍ପ ନୂଆଗାଁ ଗ୍ରାମର ଅଜୟ ବିଶ୍ୱାଳ ଓ ମଙ୍ଗୁଳୁ ପରିଡାଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ପୋଲିସ ଏହି ଅଭିଯୋଗକୁ ଭିତ୍ତି କରି କୋଟିନଡା ଥାନାରେ ନଂ.୯/୨୩ରେ ମାମଲା ରୁଜୁ କରିଛି ା ସେହିଭଳି ପ୍ରତି ଆକ୍ରମଣରେ ଗୁରୁତର ଆହତ ନୂଆଗାଁ ଗ୍ରାମର ମଙ୍ଗୁଳୁ ପରିଡାଙ୍କ ବାପା ବିପ୍ର ପରିଡା ଅଭିଯୋଗ କରିଛନ୍ତି ଯେ, ତାଙ୍କ ପୁଅ ଅନ୍ୟ ଜଣେ ସହଯୋଗୀଙ୍କ ସହ ବେଣିଆ ଗ୍ରାମକୁ ବ୍ୟକ୍ତିଗତ କାର୍ଯ୍ୟରେ ଯାଇ ଫେରୁଥିଲା ବେଳେ ସେଠାରେ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଅଭିଯୋଗ କରିଛନ୍ତି। ଏ ନେଇ ନଂ.୧୦/୨୩ରେ ମାମଲା ରୁଜୁ କରାଯାଇଛି ା ଏହି ମାମଲାରେ ପୋଲିସ ବେଣିଆ ଗ୍ରାମର ଦଇତାରି ବାରିକ, ପବିତ୍ର କାମ୍ପ, ଆଶିସ କୁମାର ସ୍ବାଇଁ, ଜଗନ୍ନାଥ କାମ୍ପ, ଚନ୍ଦନ ସ୍ବାଇଁ ଓ ଦିପୁ ଲେଙ୍କାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ା ଅନ୍ୟ ଅଭିଯୁକ୍ତଙ୍କ ଠାବ ଲାଗି ପୋଲିସ ଉଦ୍ୟମ ଜାରି ରହିଥିବା କୁହାଯାଇଛି ା ଛୁରା ମାଡରେ ଆହତଙ୍କ ମା’ କରିଥିବା ମାମଲାର ଅଭିଯୁକ୍ତ ଚିକିତ୍ସାଧୀନ ଥିବାରୁ ସେମାନଙ୍କୁ ଗିରଫ କରାଯାଇପାରି ନ ଥିବା ପୋଲିସ କହିଛି। ଉଭୟ ପକ୍ଷ ନିଶାସକ୍ତ ଅବସ୍ଥାରେ ଥାଇ ପରସ୍ପର ମଧ୍ୟରେ ବଚସାରୁ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଥିବା ପୋଲିସ ତଦନ୍ତରୁ ଜଣାପଡିଛି ବୋଲି ଥାନା ଅଧିକାରୀ ସାହା ପ୍ରକାଶ କରିଛନ୍ତି। ସୂଚନା ଯୋଗ୍ୟ ରବିବାର ରାତ୍ର ପ୍ରାୟ ୮ଟାରେ ଉଭୟ ପକ୍ଷ ମଧ୍ୟରେ ମୁହାଁମୁହିଁ ଓ ବଚସାରୁ ବେଣିଆ ଗ୍ରାମର ଚନ୍ଦନଙ୍କୁ ଛୁରାମାଡ ହୋଇଥିଲା ବେଳେ ଚନ୍ଦନଙ୍କ ସମର୍ଥକଙ୍କ ପ୍ରତି ଆକ୍ରମଣରେ ମଙ୍ଗୁଳୁ ଓ ଅଜୟ ଗୁରୁତର ଆହତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri