ଆଖଣ୍ଡଳମଣି ପୀଠର ବିକାଶ ଲାଗି ଉଦ୍ୟମ ଆରମ୍ଭ

ଆରଡି, ୨୪ା୯ (ଡି.ଏନ.ଏ.)-ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମାଭକ୍ତ ମିଶ୍ର, ଉପ ଜିଲାପାଳ ପୀତାମ୍ବର ସାମଲ ପ୍ରମୁଖ ମନ୍ଦିର କାର୍ଯ୍ୟାଳୟଠାରେ ମଙ୍ଗଳବାର ଏ ନେଇ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ । ମନ୍ଦିର ଗର୍ଭଗୃହରେ ଥିବା ଚଟାଣ ମରାମତି, ରତ୍ନ ପଲଙ୍କ ମରାମତି, ମନ୍ଦିରର ପାଣି ଝରୁଥିବା ସ୍ଥାନର ମରାମତି କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଜିଲାପାଳ କହିଥିଲେ । ପୂର୍ବରୁ ବେଢା ସମ୍ପ୍ରସାରଣ ବେଳେ ଉଚ୍ଛେଦ ହୋଇଥିବା ଦୋକାନୀମାନଙ୍କୁ ଥଇଥାନ କରିବା ସକାଶେ ପୁରୁଣା କଲ୍ୟାଣ ମଣ୍ଡପ ନିକଟରେ ୪୦ ରୁ ୫୦ ବଖରା ବିଶିଷ୍ଠ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯିବା, ଫୁଲବଗିଚାର ଉନ୍ନତୀକରଣ, ପୁରୁଣା ସୁଲଭ ଶୌଚାଳୟକୁ ଭାଙ୍ଗି ନୂତନ ଶୌଚାଳୟ ନିର୍ମାଣ, ପୀଠର ୨ ଗୋଟି ସ୍ଥାନରେ ବାଇକ ଓ ୪ ଚକିଆ ଯାନ ରହଣି ପାଇଁ ସ୍ଥାନ ଚୟନ ବିଷୟରେ ଉପସ୍ଥିତ ଜିଲା ଅଧିକାରୀମାନେ ସମୀକ୍ଷା କରିଥିଲେ । ଚାନ୍ଦବାଲି ତହସିଲଦାର ସତ୍ୟଜିତ ରାଉତ, ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ, ଆରଡି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟ, ଆରଡି ସରପଞ୍ଚ ଅରବିନ୍ଦ ପାଢୀ, ଅନ୍ୟ ବରିଷ୍ଠ ଓ ଯୁବ ସେବାୟତମାନେ ଉପସ୍ଥିତ ଥିଲେ ା ପରେ ଜିଲା ଅଧିକାରୀମାନେ ପୀଠର ବିକାଶ ଲାଗି ବିଭିନ୍ନ ସରକାରୀ ଜାଗାର କ୍ଷେତ୍ରୀୟ ତଦନ୍ତ କରିଥିଲେ । ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ କାର୍ଯ୍ୟକୁ ଅଧିକ ତ୍ୱରାନିତ କରିବା ଲାଗି ଉପଜିଲାପାଳ ପ୍ରତି ଗୁରୁବାର ଆସି ପୀଠରେ ଉପସ୍ଥିତ ରହିବେ ବୋଲି ଜିଲାପାଳ କହିଥିଲେ । ଏଥିସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରୁ ଅର୍ଥ ମଞ୍ଜୁର ପାଇଁ ଚେଷ୍ଟା ଅବ୍ୟାହତ ରହିଛି ବୋଲି ସେ ପ୍ରକାଶ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri