ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା

ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ। ଏହି ଆଇନକୁ କୌଣସି ବର୍ଗର ଲୋକେ ଅମାନ୍ୟ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସମସ୍ତ ବ୍ୟବସାୟୀ ପ୍ରତିଷ୍ଠାନକୁ ମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ଏହାସହିତ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସ୍ଥାନରେ ସଚେତନତା ଫଳକ ଲଗାଯାଇ ପର୍ଯ୍ୟଟକଙ୍କୁ ସୂଚନା ଦିଆଯାଇଛି।
ରବିବାର ଆରଡ଼ି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ ଓ ମନ୍ଦିର ଟ୍ରଷ୍ଟର ସହପରିଚାଳକ ସୁଧାକର ବିଶ୍ୱାଳ ମିଳିତ ଭାବେ ମନ୍ଦିର ପରିସର ଏବଂ ପୀଠରେ ଥିବା ସମସ୍ତ ବ୍ୟବସାୟୀଙ୍କୁ ଭେଟିଥିଲେ। ସୋମବାରଠାରୁ ପଲିଥିନ ବ୍ୟବହାର ନ କରିବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଦୋକାନ ସାମ୍ନା ଓ ବଜାର ମଧ୍ୟରେ ଅଳିଆ ଆବର୍ଜନା ନ ପକାଇବା ପାଇଁ ତାଗିଦ୍‌ କରିବା ସହିତ ଧାମରା ବନ୍ଦର ଆଦାନୀ ପକ୍ଷରୁ ମିଳିଥିବା ଡଷ୍ଟବିନ ବ୍ୟବହାର କରିବାକୁ ସମସ୍ତଙ୍କୁ ସଚେତନ କରାଇଥିଲେ। ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇଙ୍କ କହିବା ଅନୁଯାୟୀ ପୀଠରେ ପଲିଥିନମୁକ୍ତ କରିବା ଲାଗି ଟ୍ରଷ୍ଟି ତଥା ଉପଜିଲାପାଳଙ୍କ ପରାମର୍ଶ କ୍ରମେ ଏପରି ପଦକ୍ଷପ ହାତକୁ ନିଆଯାଇଛି। ତାହାସହ ପର୍ଯ୍ୟାୟକ୍ରମେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସଚେତନତା କରାଯିବ ବୋଲି ପରିଚାଳକ ପଲାଇ କହିଥିଲେ। ଅନ୍ୟପକ୍ଷେ ପୂର୍ବରୁ କୌଣସି ସୂଚନା ଦିଆ ନ ଯାଇ ହଠାତ୍‌ ଏପରି ନିଷ୍ପତ୍ତି ନିଆଯିବା ଦ୍ୱାରା ବହୁ ବ୍ୟବସାୟୀ ହଇରାଣ ହେବେ ବୋଲି କେତେକ ବ୍ୟବସାୟୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri