ରାଜ୍ୟରେ ପ୍ରଥମ: ଟ୍ରକ ଧକ୍କାରେ ୩ହାତୀଙ୍କ ମୃତ୍ୟୁ

ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଦୁଇଟି ହାତୀର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଆହତ ହାତୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ରାତିରେ ଯାଜପୁର ରୋଡରୁ ଆସୁଥିବା ଏକ ୧୪ ଚକିଆ ଟ୍ରକ ୩ଟି ହାତୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ହାତୀର ମୃତ୍ୟୁ ହୋଇଥିବା ବେଳେ ଆଉ ଗୋଟିଏ ହାତୀ ଗୁରୁତର ଆହତ ହୋଇଥିଲା। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ, ପୋଲିସ ପହଞ୍ଚି ଆହତ ହାତୀଟିର ଚିକିତ୍ସା ବ୍ୟବସ୍ଥା କରାଇଥିଲେ। ତେବେ ଘଟଗାଁ ପ୍ରାଣୀଚିକିତ୍ସକ ଆହତ ହାତୀକୁ ଚିକିତ୍ସା କରୁଥିବା ବେଳେ ସେଠାରେ ତା’ର ମୃତ୍ୟୁ ଘଟିଥିବା ନେଇ ବନବିଭାଗ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ବୁଧବାରରୁ ମୃତ ହାତୀମାନେ ରାସ୍ତା ଉପରେ ପଡ଼ିରହିଥିବାରୁ ଗୁରୁବାର ଯାତାୟାତରେ ବାଧା ସୃଷ୍ଟି ହୋଇଥିଲା। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ତ୍ୱରାନିତ କରାଯିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ତେବେ ଜାତୀୟ ରାଜପଥ ପାର ହେବା ସମୟରେ ଟ୍ରକ ଧକ୍କା ଦେବାରୁ ହାତୀଙ୍କ ମୃତ୍ୟୁ ଘଟଣା ଓଡ଼ିଶାରେ ପ୍ରଥମ ଏବଂ ର୍ଦୁଭାଗ୍ୟଜନକ ବୋଲି ଡିଏଫ୍‌ଓ ସନ୍ତୋ ଯୋଶୀ କହିଛନ୍ତି। ହାତୀଙ୍କ ସୁରକ୍ଷା ନେଇ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଫାଙ୍କା ସ୍ଥାନରେ ଏହି ଦୁର୍ଘଟଣାରେ ୩ହାତୀଙ୍କ ଜୀବନ ଯିବାକୁ ନେଇ ନିନ୍ଦା କରାଯିବା ସହ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପଟେ ଘଟଗଁାରେ ପାଟ୍ରୋଲିଂ କରାଯାଉ ନ ଥିବାରୁ ଏହି ଦୁର୍ଘଟଣା ଘଟିଥିବା ନେଇ କୁହାଯାଉଥିବା ବେଳେ ଏହାକୁ ଘଟଗାଁ ରେଞ୍ଜର ଅଶୋକ ନାୟକ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ପାଟ୍ରୋଲିଂ କରିବାର ଘଣ୍ଟାଏ ସମୟ ପରେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri