ଆଗକୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ଭୂତାଣୁ ଭାରତରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟକୁ ଆସିଥିବା ଆଶଙ୍କା କରାଯାଉଥିବାବେଳେ ଆଗାମୀ ଦିନରେ ସୃଷ୍ଟି ହେବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ ସରକାର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଉପରେ ଜୋର୍‌ ଦେଉଛନ୍ତିି। ବିଭିନ୍ନ ରାଜ୍ୟରେ ସଂକ୍ରମିତ ଲୋକଙ୍କ ପାଇଁ ସ୍ବତନ୍ତ୍ର ହସ୍ପିଟାଲ ବ୍ୟବସ୍ଥା କରାଯାଉଛି। ଅଧିକ ଭେଣ୍ଟିଲେଟର ସଂଗ୍ରହ କରାଯିବା ସହ ରେଲଓ୍ବେ ଓ ସଶସ୍ତ୍ର ବାହିନୀକୁ ଏଥିରେ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦ ଟପିଥିବାବେଳେ ୨୧ ଜଣଙ୍କର ମୃତ୍ୟୁ ଘଟିଲାଣି। କରୋନା ଗୋଷ୍ଠୀ ସଂକ୍ରମଣର ରୂପ ନେଇଥିବା ନେଇ ଏପର୍ଯ୍ୟନ୍ତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ନିକଟରେ ଯଥେଷ୍ଟ ପ୍ରମାଣ ନାହିଁ। ତେବେ ଆଗକୁ ଏଭଳି ସ୍ଥିତି ଦେଖାଦେଲେ ତାହାର ମୁକାବିଲା କିପରି କରାଯିବ ସେ ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
କରୋନା ମୁକାବିଲା ଲାଗି ସରକାର ମଙ୍ଗଳବାରଠାରୁ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ରାଜ୍ୟର ପ୍ରମୁଖ ହସ୍ପିଟାଲଗୁଡ଼ିକରେ କେବଳ କୋଭିଡ୍‌-୧୯ ରୋଗୀଙ୍କ ଚିକିତ୍ସା କରାଇବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ କହିଥିବା ଜଣାପଡିଛି। ଅଧିକ ସଂଖ୍ୟାରେ ମାମଲାର ସମ୍ମୁଖୀନ ହେବା ଲାଗି ଚିକିତ୍ସା ବ୍ୟବସ୍ଥା ବଢ଼ାଇବାକୁ କୁହାଯାଇଛି। ୧୭ଟି ରାଜ୍ୟ ଏ ଦିଗରେ କାର୍ଯ୍ୟ ଆରମ୍ଭ କରିସାରିଲେଣି। ସଶସ୍ତ୍ର ବାହିନୀ କରୋନା ରୋଗୀଙ୍କୁ ଚିକିତ୍ସା କରିବା ଲାଗି ୨୮ଟି ସର୍ଭିସ ହସ୍ପିଟାଲକୁ ପ୍ରସ୍ତୁତ କରି ରଖିଛି। ଏହାବାଦ୍‌ ୫ଟି ହସ୍ପିଟାଲ କେବଳ କୋଭିଡ୍‌-୧୯ ପରୀକ୍ଷାରେ ନିୟୋଜିତ ହୋଇଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌କୁ ଭେଣ୍ଟିଲେଟର ନିର୍ମାଣ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରତିରକ୍ଷା ଗବେଷଣା ଲାବୋରେଟୋରି ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ଲାଗି ହ୍ୟାଣ୍ଡ ସାନିଟାଇଜର ଓ ଫେସ୍‌ ମାସ୍କ ତିଆରି କାର୍ଯ୍ୟରେ ନିୟୋଜିତ ରହିଛି। ମେଡିକାଲ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲିବା ଲାଗି ଶୁକ୍ରବାର ସରକାର ସେନା କର୍ପସ୍‌ ଓ ଡିଭିଜନାଲ କମାଣ୍ଡରମାନଙ୍କୁ ଜରୁରୀ ଆର୍ଥତ୍କ କ୍ଷମତା ପ୍ରଦାନ କରିଥିଲେ। ସେହିପରି ରେଲଓ୍ବେକୁ ଏହାର ଅଣବାତାନୁକୂଳିତ ବଗିଗୁଡ଼ିକୁ କରୋନା ରୋଗୀଙ୍କ ପାଇଁ ଆଇସୋଲେଶନ ଓ୍ବାର୍ଡରେ ପରିବର୍ତ୍ତନ କରିବାକୁ ମଧ୍ୟ କୁହାଯାଇଛି। ପ୍ରତି ରେଲଓ୍ବେ ଜୋନ୍‌ ପ୍ରତି ସପ୍ତାହରେ ୧୦ଟି କୋଚ୍‌ ବିଶିଷ୍ଟ ରେକ୍‌ ପ୍ରସ୍ତୁତ କରିବେ।
ଯଦି ଲକ୍‌ଡାଉନ ଓ କ୍ୱାରାଣ୍ଟାଇନ ନିୟମ କଡ଼ାକଡ଼ି ପାଳନ କରା ନ ଯାଏ ତେବେ ଦେଶରେ କରୋନା ସଂକ୍ରମଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚତ୍ପାରେ ବୋଲି ଶୁକ୍ରବାର କେତେକ ପ୍ରମୁଖ ହସ୍ପିଟାଲର ଡାକ୍ତର ଆଶଙ୍କା ବ୍ୟକ୍ତ କରିଥିଲେ। ଏଥିପାଇଁ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ କରୋନା ରୋଗୀଙ୍କ ନିମନ୍ତେ ଆଇସୋଲେଶନ ସୁବିଧା କରି କେତେକ ଶଯ୍ୟା ସଂରକ୍ଷିତ ରଖିବା ଲାଗି ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ରୋଗୀଙ୍କୁ ତୁରନ୍ତ ହସ୍ପିଟାଲରୁ ବିଦା କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ସ୍ଥିତିର ସମ୍ମୁଖୀନ ହେବା ଲାଗି ହସ୍ପିଟାଲ ଓ ମେଡିକାଲ କଲେଜଗୁଡ଼ିକୁ ପର୍ଯ୍ୟାପ୍ତ ଭେଣ୍ଟିଲେଟର ଓ ହାଇଫ୍ଲୋ ଅକ୍ସିଜେନ ମାସ୍କ ସଂଗ୍ରହ କରି ରଖିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହପରି ଅତି ଜରୁରୀ ନ ଥିବା ଅସ୍ତ୍ରୋପଚାରକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?