ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ

ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ ଚିନିକଳ କର୍ମଚାରୀମାନେ ବିଭିନ୍ନ ଦାବିନେଇ ସୋମବାରରୁ ବରଗଡ଼ ଜିଲାପାଳ ଅଫିସ ଆଗରେ ଦୁଇ ଦିନିଆ ଧାରଣା ଆରମ୍ଭ କରିଛନ୍ତି। ଦୀର୍ଘ ୨୫ ମାସ ହେଲା ସେମାନଙ୍କୁ ଦରମା ନ ମିଳିବା ଏବଂ ଗତ ସାଧାରଣ ନିର୍ବାଚନ ପୂର୍ବରୁ ଅର୍ଥାତ୍‌ ଫେବୃଆରୀ ମାସରେ ମୁଖ୍ୟମନ୍ତ୍ରୀ ସୋହେଲା ବ୍ଲକ ଇଚ୍ଛାପାଲିରେ କାଳିଆ ଯୋଜନାନେଇ ଅନୁଷ୍ଠିତ ସମାବେଶରେ ତୋରା ସମବାୟ ଚିନିକଳ ପାଇଁ ଘୋଷଣା କରିଥିବା ୧୧ କୋଟି ଟଙ୍କାର ପ୍ୟାକେଜର କୌଣସି ସୁଫଳ ଏପର୍ଯ୍ୟନ୍ତ ମିଳି ନ ଥିବା ପ୍ରତିବାଦରେ ଧାରଣାରେ ବସିଥିବା ଚିନିକଳ କର୍ମଚାରୀମାନେ କହିଛନ୍ତି। ଚିନିକଳ କର୍ମଚାରୀ ସଂଘର ସମ୍ପାଦକ ସୁବ୍ରତ ସାହୁ, ଭବାନୀ ପ୍ରସାଦ ସାହୁ ପ୍ରମୁଖ ଏହାର ନେତୃତ୍ୱ ନେଇଥିବାବେଳେ ସମସ୍ତ କର୍ମଚାରୀମାନେ ଧାରଣାରେ ସାମିଲ ଅଛନ୍ତି।
ପ୍ରକାଶଥାଉକି, ଗତ ସାଧାରଣ ନିର୍ବାଚନ ପୂର୍ବରୁ ଚିନିକଳ କର୍ମଚାରୀମାନେ ଦୀର୍ଘ ୭୩ ଦିନଧରି ଧାରଣାରେ ବସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ୧୧ କୋଟିର ପ୍ୟାକେଜ ଘୋଷଣା ପରେ ସେତେବେଳେ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri