Posted inଜାତୀୟ

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍‌ ଅଲଆଉଟ୍‌ ଯୋଗୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଚିନ୍ତାବଢ଼ିବାରେ ଲାଗିଛି। କିଭଳି ସ୍ବାଧୀନତା ଦିବସ ପୂର୍ବରୁ ଭାରତରେ ତାଲିମ୍‌ପ୍ରାପ୍ତ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଯିବ ସେନେଇ ଆଇଏସ୍‌ଆଇ ଯୋଜନା କରିଛି। ଉତ୍ତର କଶ୍ମୀରର ନିୟନ୍ତ୍ରଣ ରେଖାଠାରେ ଥିବା ସୀମାପାର ଲଞ୍ଚ୍‌ପ୍ୟାଡ୍‌ରେ ୬୦ ଜଣ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଥିବାବେଳେ ଜମ୍ମୁର ଅଖନୁର ସେକ୍ଟରରେ ୫୦ ଜଣ ଆତଙ୍କବାଦୀ ରହିଛନ୍ତି। ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ତେବେ ଭାରତୀୟ ସେନା ଏହାର ଉପଯୁକ୍ତ ଜବାବ୍‌ ଦେଉଥିବାରୁ ଆଇଏସ୍‌ଆଇର ଷଡ଼ଯନ୍ତ୍ର ସଫଳ ହୋଇ ପାରୁନାହିଁ। ଭାରତୀୟ ଗୋଇନ୍ଦା ବିଭାଗର ସୂଚନା ଆଧାରରେ ନିୟନ୍ତ୍ରଣ ରେଖାଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri