Posted inଖେଳ

ଆଗୁଆ ସିରିଜ୍‌ ଜିତିଲା ଭାରତ

ପୁଣେ,୧୩।୧୦- ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏକ ଇନିଂସ ଓ ୧୩୭ ରନ୍‌ରେ ଜିତିନେଇଛି। ପ୍ରଥମ ଇନିଂସରେ ଭାରତୀୟ ଦଳ ୬୦୧ ରନ୍‌ କରି ପାଳି ଘୋଷଣା କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୨୭୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଫଲୋଅନ ପାଇଥିବା ଭ୍ରମଣକାରୀ ଦଳ ଦ୍ୱିତୀୟ ଇନିଂସରେ ୧୮୯ ରନ୍‌ରେ ସୀମିତ ରହିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ ବ୍ୟବଧାନରେ ଆଗୁଆ ଜିତିନେଇଛି। ଅନ୍ତିମ ମ୍ୟାଚ୍‌ ୧୯ ତାରିଖରୁ ରାଞ୍ଚିଠାରେ ଖେଳାଯିବ।
ଚତୁର୍ଥ ଦିନର ପ୍ରଥମ ଓଭରରେ ଏଡେନ ମାରକ୍ରାମ(୦)ଙ୍କୁ ଈଶାନ୍ତ ଶର୍ମା ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ତାଙ୍କ ପରେ ଥେଉନିସ ଡେ ବ୍ରୁଇନ (୮) ଉମେଶ ଯାଦବଙ୍କ ଶିକାର ହୋଇଥିଲେ। ଅଧିନାୟକ ଫାଫ ଡୁ ପ୍ଲେସି ମାତ୍ର ୫ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ତାଙ୍କୁ ରବିଚନ୍ଦ୍ରନ ଅଶ୍ୱିନ ଉଇକେଟକିପର ରିଦ୍ଦିମାନ ଶାହଙ୍କ ହ।ତରେ କ୍ୟାଚ୍‌ ଆଉଟ୍‌ କରାଇଥିଲେ। ଅଶ୍ୱିନ ତାଙ୍କର ପରବର୍ତ୍ତୀ ଓଭରରେ ସେଟ୍‌ ହୋଇସାରିଥିବା ଡିନ ଏଲାଗର (୪୮)ଙ୍କୁ ପ୍ୟାଭେଲିଅନ ରାସ୍ତା ଦେଖାଇଥିଲେ। ସେହିଭଳି କ୍ୱିଣ୍ଟନ ଡିକକ୍‌ ୫ ଏବଂ ସେନୁରାନ ମୁଥୁସାମି ୯ ରନ୍‌ କରି ଆଉଟ୍‌ ହୋଇଥିଲେ। ଏହାପରେ ଭନର୍ନ ଫିଲାଣ୍ଡର (୩୭) ଓ କେଶବ ମହାରାଜ (୨୨) ଭାରତୀୟ ବୋଲରଙ୍କୁ ବିଜୟ ଲାଗି ଅପେକ୍ଷା କରାଇଥିଲେ। ଦୁହେଁ ୮ମ ଉଇକେଟ ପାଇଁ ୫୬ ରନ୍‌ ଯୋଡ଼ିଥିଲେ। ଉଭୟ ଆଉଟ୍‌ ହେବା ପରେ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ ଶେଷ ହୋଇଯାଇଥିଲା। ବିଜୟୀ ଦଳ ପାଇଁ ଯାଦବ ଓ ଜାଡେଜା ୩ ଉଇକେଟ ଲେଖାଏ ନେଇଥିବାବେଳେ ଅଶ୍ୱିନ ୨ ସଫଳତା ପାଇଥିଲେ। ଏଥିସହିତ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଦେଶରେ କ୍ରମାଗତ ୧୧ଟି ସିରିଜ୍‌ ଜିତି ରେକର୍ଡ କରିଛି। ପୂର୍ବରୁ ଘରୋଇ ସିରିଜ୍‌ରେ କ୍ରମାଗତ ଜିତିବାର ରେକର୍ଡ ଅଷ୍ଟ୍ରେଲିଆ ନାମରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri