Posted inଜାତୀୟ

ଆଗ୍ରାରେ ପହଞ୍ଚିଲେ ଟ୍ରମ୍ପ: ୨୧ ସ୍ଥାନରେ ୩ହଜାର କଳାକାର କରିବେ ସ୍ବାଗତ

ଆଗ୍ରା,୨୪।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁଜରାଟର ଅହମଦାବାଦରେ ଆୟୋଜିତ ହୋଇଥିବା ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମ ସାରି ଟ୍ରମ୍ପ ପରିବାର ସହ ଉତ୍ତରପ୍ରଦେଶ ଆଗ୍ରାକୁ ଗସ୍ତ କରିଛନ୍ତି। ଆଗ୍ରାରେ ପହଞ୍ଚିବା ପରେ ଟ୍ରମ୍ପ ତାଙ୍କ ସହଧର୍ମଣୀ ମେଲାନିଆଙ୍କ ସମେତ ଝିଅ ଇଭାଙ୍କା ଓ ଜ୍ୱାଇଁ ଜେରେଡଙ୍କୁ ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀ ବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ଟ୍ରମ୍ପଙ୍କ ପରିବାରକୁ ସ୍ବାଗତ କରିବା ପାଇଁ କଳାକାରମାନେ ଲୋକନୃତ୍ୟ ପରିବେଷଣ କରିଥିଲେ। ସେହି ସମୟରେ ଟ୍ରମ୍ପଙ୍କ ପରିବାର ପ୍ରାୟ ୭ରୁ ୮ ମିନିଟ୍‌ ଏହି ଲୋକନୃତ୍ୟର ମଜା ଉଠାଇଥିବା ଦେଖିବାକୁ ମିଳିଛି।ଏହାପରେ ସେମାନେ ବିମାନ ବନ୍ଦରରୁ ତାଜମହଲ ଅଭିମୂଖେ ବାହାରି ଯାଇଥିଲେ। ଟ୍ରମ୍ପଙ୍କ ସ୍ବାଗତ ପାଇଁ ବିମାନ ବନ୍ଦରରୁ ତାଜମହଲ ପର୍ଯ୍ୟନ୍ତ ୨୧ଟି ସ୍ଥାନରେ ୩ହଜାର କଳାକାର ଭାରତୀୟ କଳା, ସଂସ୍କୃତିକୁ ପରିବେଷଣ କରିବେ। ଅପରପକ୍ଷେ ପ୍ରଥମ ଥର ଭାରତ ଆସିଥିବା ଟ୍ରମ୍ପଙ୍କୁ ଆଗ୍ରାର ମେୟର ୬ଶହ ଗ୍ରାମ ଓଜନ ଓ ୧୨ ଇଞ୍ଚ୍‌ ଲମ୍ବର ଏକ ରୂପାର ଚାବି, ତାଜମହଲର ଏକ ମଡେଲ ଓ ମୟୁରର ଏକ କଳାକୃତିକୁ ଉପହାର ସ୍ବରୂପ ଭେଟି ଦେବେ। ଓ ଆଗ୍ରାରେ ଟ୍ରମ୍ପ ପ୍ରାୟ ୨ଘଣ୍ଟା ରହି ପରେ ସେ ଦିଲ୍ଲୀ ଗସ୍ତ କରିବେ। ତେବେ ଟ୍ରମ୍ପଙ୍କ ଗସ୍ତ ପାଇଁ ତାଜମହଲରେ ଅପରାହ୍ନ ୧୨ଟା ପରଠାରୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri