ଆଗ ଥଇଥାନ, ପରେ ଉଚ୍ଛେଦ

ଚାନ୍ଦବାଲି,୨୦।୩(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ସହର ସନ୍ନିକଟ ବୈତରଣୀ ନଦୀକଡ଼ରୁ ପୋଲିସ ଓ ପ୍ରଶାସନ ଉପସ୍ଥିତିରେ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପ୍ରଥମ ଦିନରେ କ୍ରସ୍‌ଷ୍ଟାଣ୍ଡ ରୋଡ୍‌ର ବଡ଼ ବଜାରଠାରୁ ଲଞ୍ଚ ଘାଟ ପର୍ଯ୍ୟନ୍ତ ଜବରଦଖଲମୁକ୍ତ କରାଯାଇଛି। ମାତ୍ର ଆଗ ଥଇଥାନ ଓ ପରେ ଉଚ୍ଛେଦ ଦାବି କରି ଉଠାଦୋକାନୀମାନେ ଶୁକ୍ରବାର ଚାନ୍ଦବାଲି ତହସିଲ ଅଫିସ ପରିସରରେ ହୋହଲ୍ଲା କରିଥିଲେ। ସେମାନେ ଏ ନେଇ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରିଛନ୍ତି। ଅନ୍ୟ ଦୋକାନୀଙ୍କୁ ଉଚ୍ଛେଦ ବନ୍ଦ କରିବା, ଉଚ୍ଛେଦ ଦୋକାନୀଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା ସ୍ବରୂପ ଅନ୍ୟତ୍ର ଥଇଥାନ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ସପ୍ତାହକ ମଧ୍ୟରେ ବିସ୍ଥାପିତ ଦୋକାନୀଙ୍କୁ ଥଇଥାନ କରା ନ ଗଲେ ସେମାନେ ପୁନର୍ବାର ନଦୀକୂଳରେ ଦୋକାନ ଆରମ୍ଭ କରିବେ ବୋଲି ଚେତାବନୀ ଦେଇଥିଲେ। ତହସିଲ ନୁହେଁ ଚାନ୍ଦବାଲି ଏନ୍‌ଏସି ପକ୍ଷରୁ ଏହି ଜବରଦଖଲ ଉଚ୍ଛେଦ କରାଯାଉଥିବା ତହସିଲଦାର ସୁଶାନ୍ତ କୁମାର ସୂତାର କହିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଲୋକଙ୍କ ବିରୋଧ ଯୋଗୁ ଶୁକ୍ରବାର ଉଚ୍ଛେଦ କାମ ବନ୍ଦ ରହିଥିଲା। ଏନ୍‌ଏସି ପକ୍ଷରୁ ମାଇକ୍‌ରେ ପ୍ରଚାର କରାଯାଇ ଦୋକାନୀମାନଙ୍କୁ ଆଉ ୩ ଦିନ ସମୟ ଦିଆଯାଇଛି। ଏହାମଧ୍ୟରେ ଉଠାଦୋକାନୀମାନେ ନିଜ ଦୋକାନକୁ ସ୍ଥାନାନ୍ତର ନ କଲେ ଏନ୍‌ଏସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri