ଆଙ୍କରିଂ ଯାହାର ନିଶା

ସତେ ଯେମିତି ଆଙ୍କରିଂ ତାଙ୍କ ନିଶା ପାଲଟି ଯାଇଛି। ଜଣେ ଓଡ଼ିଆ ଝିଅ ଭାବରେ ସେ କେବଳ ଜାତୀୟ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତି। ସେ ହେଲେ ମାନସୀ ମିଶ୍ର। ବମ୍ବେରେ ଜନ୍ମିତା ଏହି ଆଙ୍କରଙ୍କ ମଧ୍ୟ ଅଭିନୟ ପ୍ରତି ରୁଚି ରହିଛି। ୨୦୧୦ରୁ ଆରମ୍ଭ ହୁଏ ତାଙ୍କର ଆଙ୍କରିଂ କ୍ୟାରିୟର। ଏ କ୍ଷେତ୍ରରେ ତାଙ୍କର ବଡ ଭଉଣୀ ତଥା ଅଭିନେତ୍ରୀ ମେଘନା ମିଶ୍ରଙ୍କର ପ୍ରେରଣା ତାଙ୍କୁ ଏତେ ବାଟ ଆଗେଇବାରେ ଯଥେଷ୍ଟ ସହାୟକ ହୋଇଛି ବୋଲି କହନ୍ତି ସେ। ନିକଟରେ ଗୁଆହାଟୀରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ, ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆରେ ଆଙ୍କରିଂ କରି ସେ ବେଶ୍‌ ପ୍ରଶଂସିତ ହୋଇଥିଲେ। ଅପରପକ୍ଷରେ ହକି ଇଣ୍ଡିଆ ଲିଗ୍‌ ଏବଂ ଜାତୀୟ ସ୍ତରରେ ଅନୁଷ୍ଠିତ ବିଭିନ୍ନ ସଙ୍ଗୀତଭିତ୍ତିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ସଂଚାଳିକା ଦାୟିତ୍ୱ ବେଶ୍‌ ସୁଚାରୁ ଭାବରେ ତୁଲାଇଛନ୍ତି ସେ। ତେବେ ବଡ ପରଦାରେ ଦର୍ଶକଙ୍କ ସାମନାକୁ ଆସିବାକୁ ଆଶା ରଖିଥିବା ମାନସୀଙ୍କ ଏହି ଆଶା ପୂରଣ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri