ଆଜିଠାରୁ ବଢ଼ିପାରେ ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୦-୫: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥେଷ୍ଟ ବୃଦ୍ଧି ପାଇଥିଲେ ମଧ୍ୟ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ନ ଥିଲା। ତେବେ ରବିବାର ନିର୍ବାଚନ ଶେଷ ହୋଇଛି। ଏଣୁ ସୋମବାର ଠାରୁ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବାର ଯଥେଷ୍ଟ ସମ୍ଭାବନା ରହିଛି। ତୈଳ ବିଶେଷଜ୍ଞଙ୍କ କହିବାନୁଯାୟୀ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୩ରୁ ୫ ଟଙ୍କା ବଢ଼ିବାକୁ ଯାଉଛି। ତେବେ ଏହା ଏକାଥରକେ ନ ହୋଇ ପର୍ଯ୍ୟାୟକ୍ରମେ ବଢ଼ିବ। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ତୈଳ କମ୍ପାନୀମାନେ ମାର୍ଚ୍ଚ ଓ ଏପ୍ରିଲ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୫ ଓ ୩ ଟଙ୍କା କମ୍‌ରେ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ଅଘୋଷିତ ନିର୍ଦ୍ଦେଶ ଯୋଗୁ ସେମାନଙ୍କୁ ପ୍ରତି ଲିଟରରେ ଏହି କ୍ଷତି ସହିବାକୁ ପଡୁଛି। ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଯଥାକ୍ରମେ ବ୍ୟାରେଲ ପିଛା ୬୭ ଏବଂ ୭୧ ଡଲାର ଥିଲା। ବର୍ତ୍ତମାନର ଅଶୋଧିତ ତେଲ ଦର ବ୍ୟାରେଲ ପିଛା ହାରାହାରି ୭୨ ଡଲାର ଆଖପାଖରେ ରହିଛି। ଏହାକୁ ହିସାବକୁ ନେଲେ ପେଟ୍ରୋଲ ଦର ଲିଟର ପିଛା ୭୮ ଟଙ୍କା ଏବଂ ଡିଜେଲ ଦର ଲିଟର ପିଛା ୭୦ ଟଙ୍କାରୁ ଅଧିକ ରହିବା କଥା। ତେବେ ରବିବାର ଦିଲ୍ଲୀ, କୋଲକାତା, ମୁମ୍ବାଇ ଓ ଚେନ୍ନାଇରେ ପେଟ୍ରୋଲ ଦର ଯଥାକ୍ରମେ ୭୧.୦୩ ଟଙ୍କା, ୭୩.୧୧ ଟଙ୍କା, ୭୬.୬୪ ଟଙ୍କା ଏବଂ ୭୩.୭୨ ଟଙ୍କାରେ ସ୍ଥିର ରହିଛି। ସେହିପରି ୪ ମହାନଗରରେ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୬୫.୯୬ ଟଙ୍କା, ୬୭.୭୧ ଟଙ୍କା, ୬୯.୧୧ ଟଙ୍କା ଏବଂ ୬୯.୭୨ ଟଙ୍କା ରହିଛି। ସିଙ୍ଗାପୁର ସ୍ଥିତ କନସଲଟାନ୍ସି ଫାର୍ମ ଏଫ୍‌ଜିଇର ଏସିଆ ଅଏଲର ଡାଇରେକ୍ଟର ଶ୍ରୀ ପରାଭାଇକ୍କରସୁ କହିଥିଲେ ଯେ, ଅନ୍ତର୍ଜାତୀୟ ବଜାରକୁ ଦୃଷ୍ଟିରେ ରଖିଲେ ଭାରତରେ ଅଦ୍ୟାବଧି ପେଟ୍ରୋଲ ଦର ଲିଟର ପିଛା ୪ ଟଙ୍କା ବଢ଼ିବା ଉଚିତ୍‌ ଥିଲା। ସୂଚନାଥାଉ କି, ଗତବର୍ଷ ମେ’ରେ କର୍ନାଟକ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ତୈଳ କମ୍ପାନୀଗୁଡ଼ିକ ୧୯ ଦିନ ପାଇଁ ତୈଳ ଦର ସ୍ଥିର ରଖିଥିଲେ। ସେତେବେଳେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୫ ଡଲାର ବଢ଼ିସାରିଥିଲା। ତେବେ ବିଧାନସଭା ନିର୍ବାଚନ ଶେଷ ହେବା ମାତ୍ରେ ମେ ୧୪ରୁ ତୈଳ କମ୍ପାନୀଗୁଡ଼ିକ କ୍ରମାଗତ ୧୬ ଦିନ ଧରି ପେଟ୍ରୋଲ ଦରରେ ୩.୮ ଟଙ୍କା ଏବଂ ଡିଜେଲ ଦରରେ ୩.୩୮ ଟଙ୍କା ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?