Posted inରାଜ୍ୟ

ଆଜିଠୁ ଆରମ୍ଭ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ବ୍ୟବସ୍ଥା: ସବୁ ପିଡିଏସ୍‌ କେନ୍ଦ୍ରରୁ ହିତାଧିକାରୀ ନେଇପାରିବେ ରାଶନ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଆଧାରକାର୍ଡ ନ ଥିଲେ ମିଳିବନି ରାଶନ। ଓ୍ବାନ ନେଶନ ଓ୍ବାନ ରାଶନ ବ୍ୟବସ୍ଥା ରବିବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗୁ ହେବ। ସେପ୍ଟେମ୍ବର ୧ ରୁ ୨୫ ତାରିଖ ମଧ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ହିତାଧିକାରୀ ଏକକାଳୀନ ଦୁଇମାସର ରାଶନ ନେଇପାରିବେ। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ରହୁଥିବା ୨ ଲକ୍ଷ ହିତାଧିକାରୀ ସହରର ଯେକୌଣସି ସାଧାରଣ ଖାଉଟି ବଣ୍ଟନ ଡିଲରଙ୍କ ପାଖରୁ ରାଶନ ନେଇପାରିବେ। ନିଜ ଅଞ୍ଚଳର ଡିଲର ନିକଟରେ ଆଉ ସେମାନେ ବନ୍ଧା ହୋଇ ରହିବେ ନାହିଁ। ଏଥିପାଇଁ ରାଶନ କାର୍ଡଧାରୀଙ୍କୁ ଆଧାର ଲିଙ୍କ କରିବା ବାଧ୍ୟତାମୂଳକ କରାଯାଇଛି। ଆଧାର ନ ଥିଲେ ଖାଦ୍ୟ ସାମଗ୍ରୀ ମିଳିବ ନାହିଁ। ବିଏମସି ଅଞ୍ଚଳର ୧୨୭ଟି ସରକାରୀ ପାଇକାରି ଦୋକାନରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି। ଅନ୍‌ଲାଇନ ଜରିଆରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିୟମିତ ମନିଟରିଂ କରିବ। ଏହି ସହରାଞ୍ଚଳରେ ଇଣ୍ଟରନେଟ ସୁବିଧା ଥିବାରୁ ପାଇଲଟ୍‌ ପ୍ରକଳ୍ପ ଭାବେ ଏଠାରୁ ଆରମ୍ଭ କରାଯାଇଛି। ଅଙ୍ଗୁଳିଛାପ କିମ୍ବା ଆଖି ସଙ୍କେତ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ରାଶନ ଦିଆଯିବ। ପ୍ରତ୍ୟେକ ପାଇକାରି ବିକ୍ରେତାଙ୍କୁ ଆଖି ଚିହ୍ନ ନେବାକୁ ଆଇଆରଆଇଏସ୍‌ ମେଶିନ ଯୋଗାଇ ଦିଆଯାଇଛି। ତେବେ ଯେଉଁମାନଙ୍କର ଆଙ୍କୁଠି ଚିହ୍ନ ନେଉ ନ ଥିବ କିମ୍ବା ହିତାଧିକାରୀ ବୟସ୍କ, ଦୁରାରୋଗରେ ପୀଡ଼ିତ, କୁଷ୍ଠରୋଗୀମାନଙ୍କୁ ବିନା ଆଧାରକାର୍ଡରେ ଚାଉଳ ଯୋଗାଇ ଦିଆଯିବ। ମାର୍କେଟ ଇଣ୍ଟେଲିଜେନ୍ସ ଅଧିକାରୀ ସେହି ହିତାଧିକାରୀଙ୍କ ତାଲିକା ଯୋଗାଣ ବିଭାଗକୁ ପ୍ରଦାନ କରିବେ। ବିଭାଗ ଏହାକୁ ସନ୍ଦେହ ତାଲିକାରେ ରଖିବ। ମିଥ୍ୟା ପ୍ରମାଣିତ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମ ପର୍ଯ୍ୟାୟରେ ସମସ୍ତ ୧୧୪ଟି ସହରାଞ୍ଚଳରେ ଲାଗୁ କରାଯିବ। ଯେଉଁଠି ଇଣ୍ଟରନେଟ୍‌ ସୁବିଧା ନାହିଁ ସେଠାରେ ପୂର୍ବ ଭଳି କାର୍ଡ ଦେଖାଇ ରାଶନ ନେଇ ପାରିବେ। ରାଜ୍ୟରେ ଏ ପର୍ଯ୍ୟନ୍ତ ୯୭ ପ୍ରତିଶତ ପରିବାର ଏବଂ ୯୩ ପ୍ରତିଶତ ଏନ୍‌ଏସ୍‌ଏସ୍‌ଏ ହିତାଧିକାରୀଙ୍କର ଆଧାର ସଂଯୋଗ କରାଯାଇଛି। ବାଟମାରଣା ରୋକିବାକୁ ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥା ଅନ୍‌ଲାଇନ୍‌ କରାଯିବ। ପର୍ଯ୍ୟାୟ କ୍ରମେ ସମଗ୍ର ରାଜ୍ୟରେ ଏହି ବ୍ୟବସ୍ଥା ଲାଗୁ ହେବ ବୋଲି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏହି ନୂତନ ବ୍ୟବସ୍ଥା ଆରମ୍ଭ କରିବା ପାଇଁ ବିଏମ୍‌ସି ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri