ଆଜିଠୁ ଉଡ଼ିବ କାର୍ଗୋ ବିମାନ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶନିବାରଠାରୁ ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା। ଏ ନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ ସ୍ବତନ୍ତ୍ର ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟସାମଗ୍ରୀ ଆଣି ଭୁବନେଶ୍ୱର ଆସିବ ଏବଂ ଭୁବନେଶ୍ୱରରୁ ଦିଲ୍ଲୀ ଯିବ। ଅପରାହ୍ନ ୩ଟା ୩୦ରେ ରାୟପୁରରୁ ଉଡ଼ାଣ ଆରମ୍ଭ କରି ଏହି ବିମାନ ୪ଟା ୫୦ରେ ଭୁବନେଶ୍ୱରରେ ପହଞ୍ଚିବ। ଭୁବନେଶ୍ୱରରୁ ସନ୍ଧ୍ୟା ୫ଟା୨୦ରେ ଛାଡ଼ି ରାତି ୮ଟା୨୦ରେ ଦିଲ୍ଲୀରେ ପହଞ୍ଚିବ। ପରବର୍ତ୍ତୀ ସମୟରେ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବ କାର୍ଗୋ ବିମାନ। ଦେଶରେ ଲକ୍‌ଡାଉନ୍‌ ପାଇଁ ଗତ ୨୨ ତାରିଖରୁ ଅନ୍ୟ ବିମାନ ସେବା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri