ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ ପାଖକୁ ଆସିଛି। ଏହିପରିପ୍ରେକ୍ଷୀରେ ସ୍ପିଡ୍‌ ଗାଡି ଚଳାଇବା, ରେଡ୍‌ ଲାଇଟ୍‌ ଜମ୍ପିଂ, ମଦ୍ୟ ପାନ, ମୋବାଇଲ ଫୋନରେ କଥା ହୋଇ ଗାଡି ଚଳାଇବା, ହେଲମେଟ ପିନ୍ଧି ନ ଥିବା ଓ ସିଟ୍‌ ବେଲ୍ଟ ବାନ୍ଧି ନ ଥିବା ଏବଂ ଓଭରଲୋଡ୍‌ ଯାତ୍ରୀ ଥିବା ଗାଡିରେ ସମ୍ପୃକ୍ତଙ୍କ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଜିଲାପାଳ ଉପରୋକ୍ତ ସୂଚନା ଦେବା ସହ ଏହାକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବ୍ରହ୍ମପୁର ସହରରେ ବେଆଇନ୍‌ ଷ୍ଟପେଜ୍‌ରେ ଗାଡି ଅଟଳିଲେ କାର୍ଯ୍ୟାନୁଷ୍ଠାନ ରବିବାରରୁ ଆରମ୍ଭ ହେବ। ବ୍ରହ୍ମପୁର ସହରର ବିଭିନ୍ନ ଛକ ଗୁଡିକରେ ସିସି କ୍ୟାମେରା ଲାଗିଛି। ଏହାର ଫୁଟେଜ୍‌କୁ ଆଧାର କରି ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଛତ୍ରପୁରର ଡିଆରଡିଏ ଛକରେ ସିସି କ୍ୟାମେରା ଲଗାଯିବ। ଏଥିସହ ଜାତୀୟ ରାଜପଥରେ ସିସି କ୍ୟାମେରା ଲଗାଯିବାକୁ ପୂର୍ବରୁ ନିଷ୍ପତ୍ତି ହୋଇଛି। ଏହାଉପରେ ପଦକ୍ଷେପ ନିଆଯାଉଥିବା ଏନଏଚଏଆଇ କର୍ତ୍ତୃପକ୍ଷ କହିଥିଲେ। ଜାତୀୟ ରାଜପଥରେ ବେଆଇନ୍‌ ଭାବେ ଡିଭାଇଡର ଭାଙ୍ଗିଥିବା ସ୍ଥାନକୁ ଚିହ୍ନଟ କରି ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜପଥ ଉପରେ ବୁଲୁଥିବା ଗୋରୁଙ୍କୁ ଧରି ଗୋପାଳକମାନଙ୍କୁ ଦାନ କରିବାକୁ ଏନଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ଗାଡି ଗୁଡିକରେ ଅଗ୍ନି ନିର୍ବାପକ ଓ ଫାଷ୍ଟଏଡ୍‌ ବ୍ୟବସ୍ଥା ଅଛି କି ନାହିଁ ତାର ଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତିି। ଏହି ବୈଠକରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଆରଟିଓ ସଞ୍ଜୟ ବିଶ୍ୱାଳ, ଏମ୍‌ଭିଆଇ ସମୀର ଦଳେଇ, ଡିଏସ୍‌ପି ଉତ୍କଳ କେଶରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri