ଆଜିଠୁ ବାହାର ଫଗୁ ଖେଳ ଆରମ୍ଭ

ପୁରୁଣା ଭୁବନେଶ୍ୱର, ୭ା୩ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବାହାର ଫଗୁ ଖେଳ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନଗର ପରିକ୍ରମାରେ ଶ୍ରୀ ଜୀଉମାନେ ଯାତ୍ରା ଆରମ୍ଭ କରିଛନ୍ତି। ସନ୍ଧ୍ୟାଧୂପ ସରିବା ପରେ ଠାକୁରଙ୍କ ବଡ଼ସିଂହାର ଓ ବେଶ ହୋଇଥିଲା। ପରେ ଯାତ୍ରା ପୂଜା କରାଯାଇଥିଲା ।
ଶ୍ରୀଲିଙ୍ଗରାଜ, ମା’ପାର୍ବତୀ, ମା’ ରୁଙ୍କୁଣା ଦେବୀ ଏବଂ ପ୍ରଭୁ ବାସୁଦେବ ସୁସଜ୍ଜିତ ବିମାନ ଓ ପାଲିଙ୍କିରେ ବିଜେ କରିଥିଲେ। ଘଣ୍ଟ ଘଣ୍ଟା ମଶାଲ, ଛତ୍ରୀ, ତ୍ରାସର ଶୋଭାଯାତ୍ରାରେ ଶ୍ରୀଜୀଉମାନେ ବଢେଇବାଙ୍କସ୍ଥିତ ଭାରତୀ ମଠରେ ପହଞ୍ଚତ୍ଥିଲେ। ଶ୍ରୀଲିଙ୍ଗରାଜଙ୍କ ଭଉଣୀ ମା’ କାମାକ୍ଷୀଦେବୀଙ୍କ ନିକଟରେ ସିଂହାସନରେ ଉପବିଷ୍ଟ ହୋଇଥିଲେ। ପଞ୍ଚ ଉପଚାର ପୂଜା କରାଯାଇ ଶ୍ରୀଜୀଉଙ୍କୁ ଫଗୁଲାଗି ହୋଇଥିଲା। ପରେ ଠାକୁରାଣୀଙ୍କ ନିକଟରେ ଭେଟ ଆଳତି ହୋଇଥିଲା। ସେଠାରୁ ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ ବାଟରେ ବଢେଇବାଙ୍କ ଛକରେ ଚାଚେରୀ ଭୋଗ ହୋଇଥିଲା। ପରେ ମନ୍ଦିରରେ ବଡ଼ସିଂହାର ଭୋଗ କରାଯାଇ ପଞ୍ଚବକ୍ର ଆଳତି କରାଯାଇ ପହଡ଼ ପଡ଼ିଥିଲା। ସୂଚନାଥାଉ କି ଗୁରୁବାର ଠାକୁରଙ୍କ ମନ୍ଦିର ଭିତରେ ଭିତର ଫଗୁ ସମ୍ପୂର୍ଣ୍ଣ ହୋଇଥିଲା। ପାଲିଙ୍କିରେ ଶ୍ରୀଜୀଉମାନେ ବେଢା ପରିକ୍ରମା କରି ନାଭିକଟା ମଣ୍ଡପରେ ଖଟୁଲିରେ ବସିଥିଲେ। ସେଠାରେ ପଞ୍ଚ ଉପଚାର ପୂଜା ହୋଇ ଫଗୁ ଲାଗି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri