ଆଜିଠୁ ଭିତରକନିକା ବନ୍ଦ

ରାଜନଗର,୨୬ା୧୨ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଥିପାଇଁ ପର୍ଯ୍ୟଟକମାନଙ୍କ ପରିଭ୍ରମଣକୁ ବନ୍ଦ କରାଯାଇଛି। ଏହି ସମୟରେ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ଗଣନା କାର୍ଯ୍ୟ କରାଯିବ। ରାଜନଗର ଡିଏଫଓ ବିକାଶ ରଞ୍ଜନ ଦାଶଙ୍କ ତତ୍ତ୍ୱାବଧାନରେ କୁମ୍ଭୀରମାନଙ୍କ ଗଣନା କରାଯିବ। ବିଶିଷ୍ଟ ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ସହିତ କୁମ୍ଭୀର ବିଶାରଦମାନେ ଗଣନା କାର୍ଯ୍ୟରେ ସାମିଲ ହେବେ। ଚଳିତମାସ ୨୯ ତାରିଖରେ ଜାତୀୟ ଉଦ୍ୟାନର ବନୀଭବନ ଠାରେ କୁମ୍ଭୀର ଗଣନାରେ ସାମିଲ ହୋଇଥିବା ଗଣନାକାରୀମାନଙ୍କୁ କୁମ୍ଭୀର ବିଶାରଦ ଡ. କର ପ୍ରଶିକ୍ଷଣ ଦେବେ। ଚଳିତବର୍ଷ କୁମ୍ଭୀର ଗଣନା ପାଇଁ ୨୩ଟି ଟିମ୍‌ ଗଠନ କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନରେ ୧୨ଟି ଟିମ୍‌, ଗହୀରମଥା ରେଞ୍ଜରେ ୨ଟି ଟିମ୍‌, ମହାକାଳପଡା ରେଞ୍ଜରେ ୨ଟି ଟିମ୍‌, ରାଜନଗର ରେଞ୍ଜରେ ୭ଟି ଟିମ୍‌ ଗଣନା କାର୍ଯ୍ୟରେ ସାମିଲ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri