ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍‌ ମୂଲ୍ୟାୟନକାରୀ ଖାତା ଦେଖିବେ। ଏଥିସହ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଏ ନେଇ ସୋମବାର ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ତେବେ ଖାତାଦେଖା ଆରମ୍ଭ ହେବା ପୂର୍ବରୁ ସୋମବାର ମୂଲ୍ୟାୟନ କେନ୍ଦ୍ରଗୁଡ଼ିକୁ ସାନିଟାଇଜ୍‌ କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ରେ ପ୍ରଥମେ ଖାତାଦେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା। କିନ୍ତୁ କରୋନା ଯୋଗୁ ତାହାକୁ ସ୍ଥଗିତ ରଖାଯାଇଥିଲା। ଏହାପରେ ମେ’ ୨୦ରେ ଖାତା ଦେଖା ହେବ ବୋଲି ସ୍ଥିର ହୋଇଥିଲା। ବାତ୍ୟା ଅମ୍ଫନ ଯୋଗୁ ୨୧ ତାରିଖକୁ ଦିନଧାର୍ଯ୍ୟ ହୋଇଥିଲା। ହେଲେ କିଛି ଅଞ୍ଚଳରେ ବାତ୍ୟା ପ୍ରଭାବ ରହିଥିବା ଜଣାପଡ଼ିବା ପରେ ପୁଣି ଖାତାଦେଖାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ପରେ ୨୬ତାରିଖରେ ଖାତା ମୂଲ୍ୟାୟନ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ତେବେ ୪୫ ଦିନ ଭିତରେ ଫଳାଫଳ ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ମହାନ୍ତି କହିଛନ୍ତି, ଚଳିତବର୍ଷ ଭିନ୍ନ ପରିସ୍ଥିତିରେ ଖାତାଦେଖା ହେବାକୁ ଯାଉଛି। ଠିକ୍‌ ସମୟରେ ଖାତାଦେଖା ସାରିବାକୁ ରାଜ୍ୟ ସରକାର, ବୋର୍ଡ ଓ ଶିକ୍ଷକମାନେ ସମନ୍ବୟ ରକ୍ଷା କରି କାମ କରିବା ଦରକାର। ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନର ନିୟମାବଳୀ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ହିଁ ଖାତାଦେଖା ହେବ। ସବୁ ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ସାନିଟାଇଜର ରହିବା ଦରକାର। ଏଥିସହ ଖରା ପାଇଁ ଥଣ୍ଡା ପାଣି ବ୍ୟବସ୍ଥା ଓ ଛାଇ ପାଇଁ ଆବଶ୍ୟକ ବନ୍ଦୋବସ୍ତ କରାଯାଉ ବୋଲି ଓଷ୍ଟା ପକ୍ଷରୁ ସରକାରଙ୍କୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri