ଆଜିଠୁ ଯାନବାହନ ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ଜରିମାନା

ଭୁବନେଶ୍ୱର, ୧।୩ (ବ୍ୟୁରୋ): ଯାନବାହନ ମାଲିକ ଓ ଚାଳକଙ୍କୁ ଆଉ ମିଳିବନି ରିହାତି। ମାର୍ଚ୍ଚ ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ରାଜ୍ୟରେ କଡାକଡି ଲାଗୁହେବ। ଲାଇସେନ୍ସ, ଫିଟ୍‌ନେସ, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ ସାର୍ଟିଫିକେଟ (ପିୟୁସି) ନ ଥିଲେ କିମ୍ବା ବିନା ହେଲ୍‌ମେଟ, ବିପରୀତ ଦିଗରୁ ଗାଡି ଚଳାଇଲେ, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ, ମଦ୍ୟପାନ କରି ଗାଡି ଚଳାଇଲେ, ନାବାଳକ ଗାଡି ଚଳାଇଲେ, ଯାନବାହନରେ ଅଧିକ ପରିବହନ କଲେ ମୋଟା ଅଙ୍କର ଜରିମାନା ଦେବାକୁ ପଡିବ। ଗାଡି କାଗଜପତ୍ର ପ୍ରସ୍ତୁତ କରିବାକୁ ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୬ ମାସ ସମୟ ଦେଇଛନ୍ତି। ଆଉ ଅଧିକ ସମୟ ଦିଆଯିବ ନାହିଁ। କଡାକଡି ଯାଞ୍ଚ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ସମଗ୍ର ଦେଶରେ ଦିନକୁ ଦିନ ଦୁର୍ଘଟଣା ହାର ବଢିଚାଲିଛି। ଓଡ଼ିଶାରେ ସର୍ବାଧିକ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ଗତ ୧୦ବର୍ଷ ମଧ୍ୟରେ ଓଡ଼ିଶାରେ ସମୁଦାୟ ୧ ଲକ୍ଷ ୧ ହଜାର ୩୯୫ ସଡକ ଦୁର୍ଘଟଣାରେ ୪୩ ହଜାର ୩୭୧ ଜଣଙ୍କର ଜୀବନ ଯାଇଥିବା ବେଳେ ୧ ଲକ୍ଷ ୧୨ ହଜାର ୫୩୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବଢୁଥିବା ଦୁର୍ଘଟଣାକୁ ନେଇ ସୁପ୍ରିମକୋର୍ଟ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ନେଇ ପଦକ୍ଷେପ ନେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବେପରୁଆ ଗାଡି ଚାଳକଙ୍କ ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ସରକାର ପୁରୁଣା ଆଇନକୁ ସଂଶୋଧନ କରି ଜରିମାନା ରାଶିକୁ ବହୁଗୁଣିତ କରିଛନ୍ତି। ଏହାଛଡା ପ୍ରତ୍ୟେକ ବର୍ଷ ୧୦ ପ୍ରତିଶତ ଦୁର୍ଘଟଣା ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ତାଗିଦ୍‌ କରିଛନ୍ତି। ହେଲେ ସରକାର ଦୁର୍ଘଟଣା ହାର କମାଇବାରେ ବିଫଳ ହୋଇଛନ୍ତି। ପରିବହନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୭ ଠାରୁ ୨୦୧୮ରେ ଦୁର୍ଘଟଣା ହାର ୧୦.୯୬ ପ୍ରତିଶତ ଅଧିକ ରହିଥିବା ବେଳେ ୨୦୧୯ରେ ୨୦୧୮ ତୁଳନାରେ ୦.୩୪ ପ୍ରତିଶତ ଅଧିକ ରହିଛି। କେବଳ ଗତ ୩ ବର୍ଷ ୨୦୧୭ ଠାରୁ ୨୦୧୯ ମଧ୍ୟରେ ରାଜ୍ୟରେ ସଡକ ଦୁର୍ଘଟଣାରେ ୧୫ ହଜାର ୪୩୮ ଜଣଙ୍କର ମୃତ୍ୟୁ ହୋଇଛି। ୨୦୧୭ରେ ୪୭୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୮ରେ ୫୩୧୫ ଏବଂ ୨୦୧୯ରେ ୫୩୩୩ ଜଣଙ୍କର ଜୀବନ ଚାଲିଯାଇଛି। ଦୁର୍ଘଟଣା ମୁଖ୍ୟତଃ ବେପରୁଆ ଗାଡି ଚାଳନା ଓ ମଦ୍ୟପାନ ଯୋଗୁ ହୋଇଥିବା କୁହାଯାଉଛି। ଏହାକୁ ରୋକିବାକୁ ସଂଶୋଧିତ ମୋଟର ଯାନ ଆଇନକୁ ରାଜ୍ୟରେ କଡାକଡି ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୯ ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଏହି ଆଇନ କାର୍ଯ୍ୟକାରୀ ହେବା ଦିନଠାରୁ ୨୦୨୦ ଜାନୁୟାରୀ ୩୧ ତାରିଖ ମଧ୍ୟରେ ବେପରୁଆ ଗାଡି ଚାଳକ ଓ ବିନା କାଗଜପତ୍ରରେ ଚାଲୁଥିବା ଯାନବାହନଗୁଡିକରୁ ୩୮ କୋଟି ୬୭ ଲକ୍ଷ ୨୫ ହଜାର ଟଙ୍କା ଆଦାୟ ହୋଇଛି। ଏହି ସମୟ ମଧ୍ୟରେ ୪ ଲକ୍ଷ ୧୩ ହଜାର ୯୯୪ ଜଣଙ୍କ ମଧ୍ୟରୁ ୨,୮୭,୯୩୨ ଜଣଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri