ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ ନିଆଯାଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ଏପ୍ରିଲ୍‌ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯିବ। ହେଲେ ଦୈନନ୍ଦିନ ଭଳି ମହାପ୍ରଭୁଙ୍କ ନୀତିକାନ୍ତି ଜାରି ରହିବ। କେବଳ ସେବାୟତମାନେ ଶ୍ରୀମନ୍ଦିରକୁ ଯାଇ ଚତୁର୍ଦ୍ଧାବିଗ୍ରହଙ୍କ ସେବାପୂଜା କରିପାରିବେ। ଭକ୍ତ, ସେବାୟତଙ୍କ ସ୍ବାସ୍ଥ୍ୟର ସୁରକ୍ଷା ଏବଂ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜିଲାପାଳ ବଲ୍‌ଓ୍ବନ୍ତ ସିଂ ସୂଚନା ଦେଇଛନ୍ତି।
ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଅଧିକ ସତର୍କ ହୋଇପଡିଛନ୍ତି। ସତର୍କତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଜନ ସମାବେଶକୁ ବାରଣ କରାଯାଇଥିବାବେଳେ ସଭାସମିତି, କର୍ମଶାଳା ଆଦିକୁ ବନ୍ଦ ରଖାଯାଇଛି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ସାମାଜିକ ଦୂରତ୍ୱ ରକ୍ଷା କରିବା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି ହୋଇଥିଲା। ଗତ ଚାରିଦିନ ହେଲା କଟକଣା ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଚାଲିଥିବାବେଳେ ଦର୍ଶନାର୍ଥୀଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ଘଟିଥିଲା। ସେହିପରି ହୁଣ୍ଡିରେ ବି କରୋନା କଟକଣାର ପ୍ରଭାବ ଦେଖିବାକୁ ମିଳିଥିଲା। କିନ୍ତୁ ଗାଇଡ୍‌ଲାଇନ ଅନୁଯାୟୀ ସାମାଜିକ ଦୂରତା ରକ୍ଷା କରିବା କଷ୍ଟକର ହୋଇପଡ଼ିବାରୁ ପ୍ରଶାସନ ପକ୍ଷରୁ ଭକ୍ତ, ସେବାୟତ, ମନ୍ଦିର କର୍ମଚାରୀ, ପୋଲିସ ସମସ୍ତଙ୍କ ସ୍ବାସ୍ଥ୍ୟର ସୁରକ୍ଷାକୁ ଦୃଷ୍ଟିରେ ରଖି ସାଧାରଣ ଦର୍ଶନକୁ ଶୁକ୍ରବାରଠାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୋଟି କୋଟି ଭକ୍ତଙ୍କ ଏଥିରେ ସହଯୋଗ ରହିଲେ ସମସ୍ତେ ମିଶି ଏହି ମହାମାରୀର ସଫଳ ମୁକାବିଲା କରିବା ସହ ଖୁବ୍‌ଶୀଘ୍ର ମହାପ୍ରଭୁଙ୍କ ଦର୍ଶନ ମିଳିପାରିବ ବୋଲି ଜିଲାପାଳ ସିଂ ସୂଚନା ଦେଇଛନ୍ତି। ଅପରପକ୍ଷରେ ପ୍ରଶାସନର ଏଭଳି ନିଷ୍ପତ୍ତିକୁ ସବୁ ମହଲରେ ସ୍ବାଗତ କରାଯାଇଛି। ତେବେ ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କ ସୁବିଧା ଅସୁବିଧା ପ୍ରତି ସ୍ବତନ୍ତ୍ର ଭାବେ ଦୃଷ୍ଟି ଦେବାକୁ ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri