ଆଜିଠୁ ସ୍କୁଲ ବନ୍ଦ: ଖୋଲା ରହିବ କାର୍ଯ୍ୟାଳୟ, ଉପସ୍ଥିତ ରହିବେ ଶିକ୍ଷକ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗୁରୁବାରଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଛନ୍ତି। ଏପ୍ରିଲ ୧୮ରୁ ମେ ୪ ପର୍ଯ୍ୟନ୍ତ ସ୍କୁଲ ଛୁଟି କରିଦିଆଯାଇଛି। ଏହି ସମୟରେ କେବଳ କ୍ଲାସ୍‌ ବନ୍ଦ ରହିବ। କିନ୍ତୁ ସ୍କୁଲ କାର୍ଯ୍ୟାଳୟ ଖୋଲା ରହିବା ସହ ସମସ୍ତ ଶିକ୍ଷୟିତ୍ରୀ ଓ ଶିକ୍ଷକ ଉପସ୍ଥିତ ରହିବେ। ପିଲାଙ୍କ ନାମଲେଖା, ଟେକ୍ସଟ ବୁକ୍‌ ରସିଦ୍‌, ବହି ବଣ୍ଟନ, ସାର୍ଟିଫିକେଟ୍‌ ପ୍ରଦାନ ଭଳି ବିଭିନ୍ନ ଅଫିସିଆଲ କାର୍ଯ୍ୟ ଜାରି ରହିବ। ଛୁଟି ସମୟରେ ଏହି ସବୁ କ୍ଷେତ୍ରରେ ଯେଭଳି ସମସ୍ୟା ଦେଖା ନ ଯିବ, ସେଥିପ୍ରତି ଗୁରୁତ୍ୱ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ବିଭିନ୍ନ ଶିକ୍ଷୟିତ୍ରୀ, ଶିକ୍ଷକ ଇଲେକ୍ସନ ଡ୍ୟୁଟିରେ ଥିବାବେଳେ ସମସ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ଉପଯୁକ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ରହିବା ବ୍ୟବସ୍ଥା କରିବାକୁ କୁହାଯାଇଛି। ଏ ନେଇ ବିଭାଗ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଥାଉ କି, ପୂର୍ବରୁ ମେ ୬ରୁ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଥିଲା। କିନ୍ତୁ ଏବେ ରାଜ୍ୟର ଅନେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାରୁ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ୧୮ତାରିଖରୁ ସ୍କୁଲ ଛୁଟି ରଖିବାକୁ ଘୋଷଣା କରିଥିଲେ। ଏ ନେଇ ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ଏକ ଚିଠି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri