ଆଜିଠୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ତେଣୁ ଏହି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସନ୍ଧ୍ୟାରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାକୁ ୪୫ରୁ ୫୫କିମି ବା ଅତିବେଶିରେ ୬୫କିମି ରହିବ। ମଙ୍ଗଳବାର ଉପକୂଳ ଜିଲାଗୁଡ଼ିକର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେଣୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ବୁଧବାର ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ୬ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ୬ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ସକାଳେ ଉତ୍ତର ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ। ଘଣ୍ଟାକୁ ୭୫ରୁ ୮୫କିମି ବା ୯୫କିମି ବେଗରେ ବହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜ୍ୟରେ ତାପମାତ୍ରା ଜନଜବୀନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ଟିଟିଲାଗଡ଼ରେ ସର୍ବାଧିକ ୪୦.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?