ଆଜିଠୁ ୪ ଦିନ ବର୍ଷା

ଭୁବନେଶ୍ୱର, ୧-୧(ବ୍ୟୁରୋ):ନୂଆବର୍ଷ ଆରମ୍ଭରେ ଭିଜିବ ଓଡ଼ିଶା। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ନୂଆବର୍ଷର ପ୍ରଥମ ଦିନରେ ବରଗଡ଼, ନୂଆପଡ଼ା, ଝାରସୁୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ ଆଦି ୧୦ ଜିଲାରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ସେପଟେ ୨ ଓ ୩ ତାରିଖ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେଣୁ ଏହି ଦୁଇଦିନ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ୨ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ସେହିଭଳି ୩ରେ ଉପକୂଳ ଓଡ଼ିଶା, ମୟୂରଭଞ୍ଜ ଓ ରାଜ୍ୟର ଆଉ କେତେକ ଅଞ୍ଚଳରେ ବର୍ଷା ହେବ। ଉପକୂଳ ଓଡ଼ିଶା, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲାରେ ବଜ୍ରପାତ ହେବ। ଏହିସବୁ ଜିଲାକୁ ୩ ତାରିଖ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୪ରେ ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ୧୧ ଜିଲାରେ ସ୍ବଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ହେବା ଦୃଷ୍ଟିରୁ ତାପମାତ୍ରା ବଢ଼ିବ। ଫଳରେ ଶୀତ କମିବ। ବର୍ଷା ଛାଡ଼ିଲା ପରେ ପୁଣି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଚାଷୀମାନଙ୍କ ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବା ଲାଗି ଜିଲାପାଳମାନଙ୍କୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଅମଳ ହୋଇଥିବା ଧାନକୁ ଚାଷୀମାନେ ସୁରକ୍ଷିତ ସ୍ଥାନକୁ ନେବା ସହିତ ବର୍ଷା ଦାଉରୁ ରକ୍ଷା କରିବା ଲାଗି ଏହାକୁ ଘୋଡ଼ାଇ ରଖିବା ପାଇଁ କୁହାଯାଇଛି। ମଣ୍ଡିଗୁଡ଼ିକରେ ଧାନ ଯେପରି ବର୍ଷାରେ ଓଦା ନ ହୁଏ ସେଥିପାଇଁ ବିହିତ ପଦକ୍ଷେପ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପଟେ ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ପ୍ରବଳ ଶୀତ ସାଙ୍ଗକୁ କୋହଲା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ରାତିରେ ଥଣ୍ଡାର ପ୍ରକୋପ ଏତେ ଅଧିକ ରହୁଛି ଯେ, ଲୋକେ ବାହାରକୁ ଆସିବା ପାଇଁ ଡରୁଛନ୍ତି। ମଙ୍ଗଳବାର ୧୫ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି। ସର୍ବନିମ୍ନ ୫ ଡିଗ୍ରୀ ସହ ଅନୁଗୋଳ ସବୁଠାରୁ ଥଣ୍ଡା ସହର ପାଲଟିଛି। ଏହାପରେ ସୋନପୁର ୫.୬ ଡିଗ୍ରୀ, କେନ୍ଦୁଝର ୬.୨, ଦାରିଙ୍ଗବାଡ଼ି ୬, ଫୁଲବାଣୀ ୬.୫, ଟିଟଲାଗଡ଼ ଓ ଝାରସୁଗୁଡ଼ାରେ ୮, ତାଳଚେର ଓ ସମ୍ବଲପୁରରେ ୮.୬, ସୁନ୍ଦରଗଡ଼ ଓ କଟକରେ ୯, ବାଲେଶ୍ୱର ୯.୪, ହୀରାକୁଦ, ବାରିପଦାରେ ୯.୬, ଭୁବନେଶ୍ୱରରେ ୯.୮ ଏବଂ ଭବାନୀପାଟଣାରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri