Posted inଖେଳ

ଆଜିବି କ୍ରିକେଟରୁ ଅବସର ମିଳିରେ ପିତାଙ୍କ ସହ ବିଲରେ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ ଦ୍ରୁତ ବୋଲର୍‌ ଉମେଶ ଯାଦବଙ୍କ ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୭, ଅକ୍ଟୋବର ୨୫ରେ ଉତ୍ତର ପ୍ରଦେଶର ଦେଓରିଆରେ ଏକ ଗରିବ ଘରେ ଜନ୍ମଗ୍ରହଣ କରିଥିଲେ ଉମେଶ। ତାଙ୍କ ପିତା ନାଗପୁର ନିକଟ ଖାପରଖେଡା ଅଞ୍ଚଳରେ ଥିବା ଓ୍ବେଷ୍ଟର୍ଣ୍ଣ କୋଲ ଲିମିଟେଡ୍‌ର କୋଇଲା ଖଣିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଉମେଶଙ୍କ ପିଲାଦିନ ଏହିଠାରେ ହିଁ କଟିଥିଲା। ପିତାଙ୍କ ଲକ୍ଷ୍ୟ ଥିଲା ଦୁଇ ଝିଅ ଏବଂ ଦୁଇ ପୁଅ ମଧ୍ୟରୁ ଜଣେ କେହି କଲେଜ ମାଟି ମାଡୁ। କିନ୍ତୁ ଏହା ହୋଇପାରି ନ ଥିଲା। ପିଲାଦିନେ ଉମେଶଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଶ୍ରମିକ ଭାବେ ପିତାଙ୍କୁ ଖଟୁଥିବାର ଦେଖି ପୋଲିସ କିମ୍ବା ସେନାରେ ଭର୍ତ୍ତି ହେବାକୁ ଚାହୁଁଥିଲେ ଉମେଶ। କିନ୍ତୁ ସାଙ୍ଗଙ୍କ ସହ କ୍ରିକେଟ ଖେଳୁ ଖେଳୁ ଏଥିରେ କ୍ୟାରିୟର ଗଢିବା ପାଇଁ ଚିନ୍ତା କଲେ। ମାତ୍ର ୨୦ ବର୍ଷ ବୟସରେ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ବିଦର୍ଭ ପାଇଁ ରଣଜୀ ଖେଳିବା ଆରମ୍ଭ କରିଥିଲେ। ୨୦୦୮ରେ ତାଙ୍କୁ ଆଇପିଏଲରେ ଦିଲ୍ଲୀ ଡେୟାର ଡେଭିଲ୍ସ ୧୮ ଲକ୍ଷ ଟଙ୍କାରେ କିଣିଥିଲା। ୨୦୧୦ରେ ସେ ଏକଦିବସୀୟ ଏବଂ ୨୦୧୧ରେ ଟେଷ୍ଟରେ ଡେବ୍ୟୁ କରିଥିଲେ। ଆଜିବି କ୍ରିକେଟରୁ ଅବସର ମିଳିରେ ପିତାଙ୍କ ସହ ବିଲରେ କାମ କରନ୍ତି ଉମେଶ। ଏବେ ସେ ଭାରତୀୟ ଦଳର ପ୍ରମୁଖ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri